ନୂଆଦିଲ୍ଲୀ: ଦେଶରେ ତଳମୁହାଁ କୋରୋନା ଗ୍ରାଫ୍ । ପ୍ରତିଦିନ ହ୍ରାସ ପାଉଛି ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ 4 ହଜାରରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କ ସଂଖ୍ୟା 3,230 ରହିଛି (India Records 3,230 fresh Covid Cases) । ଗତକାଲି ଏହି ସଂଖ୍ୟା 4,129 ଥିଲା । ଗୋଟିଏ ପଟେ ଦେଶରେ ସଂକ୍ରମଣ କମୁଥିବାବେଳେ, ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । 24 ଘଣ୍ଟା ମଧ୍ୟରେ ମୋଟ 4,255 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,40,04,553ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 43, 415ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.18%କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର 1.58% ରହିଛି । ଆଜି ପର୍ଯ୍ୟନ୍ତ 5,28,562ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.41 କୋଟି କୋରୋନା ଟେଷ୍ଟିଂ କରାଯାଇଛି ।