ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ବିଗତ କିଛି ଦିନ ହେଲାଣି ଦୈନିକ ସଂକ୍ରମଣ ମାମଲା 10 ହଜାର ତଳେ ରହିଛି (India witnesses decline in covid cases) । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 5,383 ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି (India Records 5,383 fresh Covid Cases) । ଗତକାଲି ଏହି ସଂଖ୍ୟା 5,443 ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ସେହି ଅନୁପାତରେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 6,424 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,84,695ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 45,281ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.68%କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର 1.70% ରହିଛି । ଆଜି ପର୍ଯ୍ୟନ୍ତ 5,28,429 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.30 କୋଟି କୋରୋନା ଟେଷ୍ଟିଂ କରାଯାଇଛି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି ।