ଓଡିଶା

odisha

ETV Bharat / bharat

India Corona: ଦିନକରେ 4858 ନୂଆ ସଂକ୍ରମିତ - ଦେଶରେ କୋରୋନା ସଂକ୍ରମଣ

ଦେଶରେ କୋରୋନା ସଂକ୍ରମଣ ହ୍ରାସ । ଗତ 24 ଘଣ୍ଟା ମଧ୍ୟରେ 4,858 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona: ଦିନକରେ 4858 ନୂଆ ସଂକ୍ରମିତ
India Corona: ଦିନକରେ 4858 ନୂଆ ସଂକ୍ରମିତ

By

Published : Sep 19, 2022, 10:22 AM IST

ନୂଆଦିଲ୍ଲୀ:ଦେଶରେ ଗତ କିଛିଦିନ ହେବ କ୍ରମାଗତ ଭାବେ ହ୍ରାସ ପାଉଛି କୋରୋନା ସଂକ୍ରମଣ । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା 10 ହଜାର ତଳେ ରହିଛି (India witnesses decline in daily covid cases) । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 4,858 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 4,858 fresh Covid Cases) । ଗତକାଲି ଏହି ସଂଖ୍ୟା 5,664 ଥିଲା । ଦେଶରେ ସଂକ୍ରମଣ କମିବା ସହ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 4,735 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ରବିବାର ଏହି ସଂଖ୍ୟା 4,555 ରହିଥିଲା । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,62,664ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 48,027ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 2.76%କୁ ବୃଦ୍ଧି ପାଇଛି । ଆଜି ପର୍ଯ୍ୟନ୍ତ 5,28,355 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.09 କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି ।

ଏହା ମଧ୍ୟ ପଢନ୍ତୁ:ଆଜି ବ୍ରିଟେନ ମହାରାଣୀଙ୍କ ଶେଷକୃତ୍ୟ, ସାମିଲ ହେବେ ବିଶ୍ବର ବିଶିଷ୍ଟ ବ୍ୟକ୍ତି

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 216 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 13 ,59,361 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।

କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details