ନୂଆଦିଲ୍ଲୀ:ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଦିଲ୍ଲୀରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବା ବ୍ୟତୀତ ସେ 14ତମ ଭାରତ-ଜାପାନ ବାର୍ଷିକ ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ ଭାରତ ଗସ୍ତରେ ଅଛନ୍ତି । ଜାପାନ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ ବିମାନ ବନ୍ଦରରେ ଅବତରଣ କରିବା ପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କୁ ସ୍ବାଗତ କରିଥିଲେ ।
ପରେ ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ଜାପାନ ପ୍ରଧାନମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ମଧ୍ୟରେ ସାକ୍ଷାତକାର କରିବା ସହ ଆଲୋଚନା କରିଛନ୍ତି । ଦୁଇ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ସାଂସ୍କୃତିକ ସମ୍ପର୍କକୁ ବୃଦ୍ଧି ଦିଗରେ ଗୁରୁତ୍ବ ଦେଇଥିଲେ ଉଭୟ ନେତା । ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଥିବା 14 ତମ ବାର୍ଷିକ ଭାରତ-ଜାପାନ ବାର୍ଷିକ ସମ୍ମିଳନୀ ଆଜି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ସୂଚନା ଦେଇଛି।