ନୂଆଦିଲ୍ଲୀ: କୋରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ପୁଣି ଏକ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି ହେଲା ଲକଡାଉନ ଅବଧି । ଏନେଇ ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଥିବାବେଳେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଆନୁଷ୍ଠାନିକ ଘୋଷଣା କରିବେ । ଗତ ମାସ 19 ତାରିଖରୁ ଦିଲ୍ଲୀରେ ଲକଡାଉନ ବଳବତ୍ତର ରହିଥିବାବେଳେ ସ୍ଥିତିରେ କୌଣସି ସୁଧାର ନ ଆସିବାରୁ ପୁଣି ଏକ ସପ୍ତାହ ପର୍ଯ୍ୟନ୍ତ ଲକଡାଉନ ବୃଦ୍ଧି ପାଇଛି ।
ଦିଲ୍ଲୀରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟରେ ଗତମାସ 19 ରୁ 26 ତାରିଖ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରାଯାଇଥିଲା । ପରବର୍ତ୍ତୀ ସମୟରେ ସ୍ଥିତିକୁ ଦେଖି ଏହାର ଅବଧିକୁ ଆଉ 6 ଦିନ ବୃଦ୍ଧି କରାଯାଇଥିଲା । ଏବେ ପୁଣି ସ୍ଥିତିକୁ ଦେଖି ପୁଣି ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ଲକ ଡାଉନ ଅବଧି ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର ।