ଓଡିଶା

odisha

ETV Bharat / bharat

Modi Surname Defamation Case: ଗୁଜୁରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନୋଟିସ, ଅଗଷ୍ଟ 4ରେ ପରବର୍ତ୍ତୀ ଶୁଣାଣି - ସୁପ୍ରିମକୋର୍ଟରେ ମୋଦି ସାଙ୍ଗିଆ ମାନହାନୀ ମାମଲା ଶୁଣାଣି

ମୋଦି ସାଙ୍ଗିଆ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ରାହୁଲ ଗାନ୍ଧୀଙ୍କ ଆବେଦନ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ଗୁଜୁରାଟ ସରକାର ଓ ଆବେଦନକାରୀଙ୍କୁ ନୋଟିସ ଜାରି କରିଛନ୍ତି ସର୍ବାେଚ୍ଚ ନ୍ୟାୟାଳୟ । ଅଧିକ ପଢନ୍ତୁ

Modi Surname Defamation Case
ଗୁଜୁରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନୋଟିସ

By

Published : Jul 21, 2023, 1:08 PM IST

ନୂଆଦିଲ୍ଲୀ: ମୋଦି ସାଙ୍ଗିଆ ଅପରାଧିକ ମାନହାନୀ ମାମଲାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ଗୁଜୁରାଟ ହାଇକୋର୍ଟଙ୍କ ବିରୋଧରେ ରାହୁଲ ଗାନ୍ଧୀ କରିଥିବା ଆବେଦନର ଶୁଣାଣି କରିଛନ୍ତି ସର୍ବୋଚ୍ଚ କୋର୍ଟ । ମାମଲାର ଶୁଣାଣି କରି ଗୁଜୁରାଟ ସରକାରଙ୍କ ସମେତ ଆବେଦନକାରୀ ପୂର୍ଣ୍ଣେଶ ମୋଦିଙ୍କୁ ନୋଟିସ ଜାରି କରିଛନ୍ତି ସୁପ୍ରିମକୋର୍ଟ । 10 ଦିନ ମଧ୍ୟରେ ଜବାବ ତଲବ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ । ଆସନ୍ତା ଅଗଷ୍ଟ 4 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ରାହୁଲ ଗାନ୍ଧୀ ମାନହାନୀ ମାମଲାରେ ହୋଇଥିବା ଦଣ୍ଡାଦେଶ ଉପରେ ରୋକ୍‌ ଲଗାଇବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ଚଳିତ ମାସ (ଜୁଲାଇ) 7 ତାରିଖରେ ଗୁଜୁରାଟ ହାଇକୋର୍ଟ ରାହୁଲଙ୍କ ଆବେଦନକୁ ଖାରଜ କରି ଦେଇଥିଲେ । ସେସନ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଉପରେ ରୋକ ଲଗାଇବାକୁ ମନା କରିବା ସହ ତଳ କୋର୍ଟଙ୍କ ନିଷ୍ପତ୍ତିକୁ କାଏମ ରଖିଥିଲେ ଗୁଜୁରାଟ ହାଇକୋର୍ଟ । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ କୋର୍ଟରେ ଦ୍ବାରସ୍ଥ ହୋଇଥିଲେ ରାହୁଲ । ଆଜି ରାହୁଲଙ୍କ ଆବେଦନରୁ ଶୁଣାଣି କରି ଗୁଜୁରାଟ ସରକାର ଓ ଆବେଦନକାରୀ ପୂର୍ଣ୍ଣେଶ ମୋଦିଙ୍କୁ ନୋଟିସ୍‌ କରିଛନ୍ତି ସୁପ୍ରିମକୋର୍ଟ । 10 ଦିନ ମଧ୍ୟରେ ଜବାବ ରଖିବାକୁ ନୋଟିସରେ ନିର୍ଦ୍ଦେଶ ହୋଇଛି । ଜଷ୍ଟିସ ବିଆର ଗାଭିଙ୍କ ଖଣ୍ଡପୀଠରେ ମାମଲାର ଶୁଣାଣି ହୋଇଥିଲା ।

ଏହା ବି ପଢନ୍ତୁ...Modi Surname Remark: ନିରାଶ ହେଲେ ରାହୁଲ, ସୁରଟ କୋର୍ଟରୁ ମିଳିଲାନି ଆଶ୍ବସ୍ତି

ଏହା ବି ପଢନ୍ତୁ...Modi Surname Defamation Case: ରାହୁଲଙ୍କ ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ

କଣ ପୂରା ମାମଲା:ଗତ2019 ଏପ୍ରିଲ 13 ତାରିଖରେ କର୍ଣ୍ଣାଟକରେ ଏକ ରାଲିକୁ ସମ୍ବୋଧନ କରିବା ସମୟରେ ମୋଦି ଉପନାମ ବା ସାଙ୍ଗିଆ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏହାକୁ ନେଇ ବିଜେପି ବିଧାୟକ ତଥା ଗୁଜୁରାଟ ତତ୍କକାଳୀନ ମନ୍ତ୍ରୀ ପୂର୍ଣ୍ଣେଶ ମୋଦି ଏକ ମାମଲା ଦାଖଲ କରିଥିଲେ । ଏହାକୁ ନେଇ ଅପରାଧିକ ମାନହାନୀ ମାମଲା ରୁଜୁ ହୋଇଥିଲା । ମାମଲାର ଶୁଣାଣି କରି ଚଳିତ ବର୍ଷ ମାର୍ଚ୍ଚ 23 ତାରିଖରେ ସୁରଟ ଜିଲ୍ଲା ନ୍ୟାୟାଳୟ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ରାୟ ଶୁଣାଇଥିଲେ । 4 ବର୍ଷ ପୁରୁଣା ମାମଲାରେ ରାହୁଲଙ୍କୁ 2 ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା । ଏହି ଦଣ୍ଡାଦେଶ ଯୋଗୁଁ ତାଙ୍କ ସାଂସଦ ପଦ ରଦ୍ଦ ହୋଇଥିଲା । ଦଣ୍ଡାଦେଶ କାୟମ ରହିଲେ ଆଇନ ମୁତାବକ ଆଗାମୀ ନିର୍ବାଚନ ଲଢ଼ି ପାରିବେନି ରାହୁଲ ଗାନ୍ଧୀ । ତେଣୁ ଏହା ଉପରେ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ରାହୁଲ ଗାନ୍ଧୀ ।

ABOUT THE AUTHOR

...view details