ଓଡିଶା

odisha

By

Published : Apr 18, 2022, 9:26 AM IST

Updated : Apr 18, 2022, 12:44 PM IST

ETV Bharat / bharat

Prafulla kar Demise: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ନିଧନ ହୋଇଛି । 83 ବର୍ଷ ବୟସରେ ଆଖି ବୁଜିଛନ୍ତି ସଙ୍ଗୀତ ଯାଦୁକର ପ୍ରଫୁଲ୍ଲ । ତାଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଧିକ ପଢନ୍ତୁ

ପ୍ରଧାନମନ୍ତ୍ରୀଙ୍କ ଶୋକ
ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ:ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ନିଧନ ହୋଇଛି । 83 ବର୍ଷ ବୟସରେ ଆଖି ବୁଜିଛନ୍ତି ସଙ୍ଗୀତ ଯାଦୁକର ପ୍ରଫୁଲ୍ଲ । ଓଡ଼ିଆ ସଂଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଓ ଗୀତିକାର ପ୍ରଫୁଲ୍ଲ କର । ସବୁଦିନ ପାଇଁ ନୀରବି ଯାଇଛନ୍ତି । ତାଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଟ୍ବିଟ କରି ମୋଦି କହିଛନ୍ତି, ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ପ୍ରଫୁଲ୍ଲ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୋଇଛି । ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛନ୍ତି ପ୍ରଧାନମନ୍ତ୍ରୀ ।

ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ । ଟ୍ବିଟ କରି କହିଛନ୍ତି ଓଡ଼ିଶାର ସୁନାମଧନ୍ୟ ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ । ଓଡ଼ିଶାର ସଂଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜଳ ନକ୍ଷତ୍ରର ଅବସାନ ଘଟିବାକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି ଆନ୍ଧ୍ର ରାଜ୍ୟପାଳ ।

ପଦ୍ମଶ୍ରୀ ପ୍ରଫୁଲଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି ବୋଲି ଟ୍ବିଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେହିପରେ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ଓଡିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ଟ୍ବିଟ କରି କହିଛନ୍ତି ରାଜ୍ୟପାଳ । ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି ଗଣେଶୀ ଲାଲ ।

ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । କାଳଜୟୀ ସଙ୍ଗୀତର ସ୍ରଷ୍ଟା ତଥା ଓଡିଶା ସଙ୍ଗୀତ ଜଗତର ଏହି ମହାନ ଗୀତିକାର, ନିର୍ଦ୍ଦେଶକ, ସାହିତ୍ୟିକ ଓ ସ୍ତମ୍ଭକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଦେହାନ୍ତରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ବିଟ କରି ଧର୍ମେନ୍ଦ୍ର ଲେଖିଛନ୍ତି ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ, ସିନେମା ଓ ଆଧୁନିକ ସଙ୍ଗୀତରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ହୋଇ ରହିବେ ।

ସେ ଆହୁରି କହିଛନ୍ତି, ସେ ଜଣେ ଅମାୟିକ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ । ସଙ୍ଗୀତ ଜଗତ ପ୍ରତି ତାଙ୍କର ଭଲପାଇବା ଓ ଏକାଗ୍ରତା ଥିଲା ବିରଳ, ଯାହା ସେ ଅତୀତରେ ପ୍ରମାଣିତ କରିଥିଲେ । ଅନେକ ସମ୍ମାନର ଅଧିକାରୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟିଛି । ସ୍ୱର୍ଗତ କରଙ୍କ ପ୍ରତିଟି କାଳଜୟୀ ଗୀତ ତାଙ୍କୁ ସବୁ ଦିନ ପାଇଁ ଅମର କରି ରଖିବ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ।

ପ୍ରକାଶ ଥାଉ କି, ରବିବାର ବିଳମ୍ବିତ ରାତିରେ 83 ବର୍ଷ ବୟସରେ ସମସ୍ତଙ୍କୁ ଛାଡି ଚାଲି ଯାଇଛନ୍ତି ପ୍ରଫୁଲ୍ଲ କର । ଆଜି ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ସମ୍ପର୍ଣ୍ଣ ହେବ । ଉପସ୍ଥିତ ରହିବେ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ।

ବ୍ଯୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Apr 18, 2022, 12:44 PM IST

ABOUT THE AUTHOR

...view details