ନୂଆଦିଲ୍ଲୀ: ଆଜି(ଶୁକ୍ରବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୟା ଦଶମୀ ଶୁଭ ଅବସରରେ ୭ଟି ନୂତନ ପ୍ରତିରକ୍ଷା କମ୍ପାନୀକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମ କରିବା ସହିତ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ,ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଓ ପ୍ରତିରକ୍ଷା ଶିଳ୍ପ ସଙ୍ଗଠନର ପ୍ରତିନିଧିମାନେ ଉପସ୍ଥିତି ରହିବେ ।
ମିଳିଥିବା ସୂଚନା ଅନୁସାରେ, ଦେଶର ପ୍ରତିରକ୍ଷା ପ୍ରସ୍ତୁତିରେ ଆତ୍ମର୍ନିଭରଶୀଳତା ପାଇଁ ଏକ ପଦକ୍ଷେପ ଭାବରେ ଯୁଦ୍ଧାସ୍ତ୍ର କାରଖାନା ବୋର୍ଡକୁ ଏକ ସରକାରୀ ବିଭାଗରୁ ସାତଟି ଶତ ପ୍ରତିଶତ ସରକାରୀ ମାଲିକାନା କର୍ପୋରେଟ୍ ସଂସ୍ଥାରେ ପରିଣତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ପଦକ୍ଷେପ ଉନ୍ନତ କାର୍ଯ୍ୟ ସ୍ବାଧୀନତା, ଦକ୍ଷତା ଆଣିବ ଏବଂ ନୂତନ ଅଭିବୃଦ୍ଧିର ସମ୍ଭାବନା ଆଣିବ ।