ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କର (PMRBP) ବିଜେତାମାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି (ସୋମବାର) ମଧ୍ୟାହ୍ନରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରୁ ଭର୍ଚ୍ଚୁଆଲରେ ଏହି କୃତି ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବା ସହ ବ୍ଲକ୍ ଚେନ୍ ଟେକ୍ନୋଲୋଜି ମାଧ୍ୟମରେ ଡିଜିଟାଲ୍ ପ୍ରମାଣପତ୍ର ମଧ୍ୟ ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ । ଦେଶର ବିଭିନ୍ନ କୋଣରୁ ଜିଲ୍ଲା ମୁଖ୍ୟାଳୟରୁ ଏହି ବାର୍ତ୍ତାଳାପ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ଯୋଡି ହୋଇଥିଲେ ଛାତ୍ରଛାତ୍ରୀ ।
ଚଳିତ ବର୍ଷ ଦେଶର ବଭିନ୍ନ ପ୍ରାନ୍ତରୁ ବିଭିନ୍ନ କ୍ଷେତ୍ର ତଥା ସାମାଜ ସେବା, କ୍ରୀଡା, କଳା, ସଂସ୍କୃତି ଏବଂ ସାହସିକତା ଭଳି ୬ଟି ବର୍ଗରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା 29 ଜଣ ଛାତ୍ରଛାତ୍ରୀ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ ହୋଇଥିଲେ । ସମସ୍ତ ବିଜେତା ୫ ବର୍ଷରୁ ୧୮ ବର୍ଷ ବୟସ ମଧ୍ୟରେ ରହିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ସେମାନଙ୍କ ସହ କଥା ହେବା ସହ ଇ-ପ୍ରମାଣପତ୍ର ପ୍ରଦାନ କରିବା ସହ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା ମଧ୍ୟ ପ୍ରଦାନ କରାଯାଇଛି ।