ଓଡିଶା

odisha

ETV Bharat / bharat

Biotech Startup Expo ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ - ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୯ ତାରିଖ ପୂର୍ବାହ୍ନ ୧୦.୩୦ ରେ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ -୨୦୨୨ ର ଉଦଘାଟନ କରିବେ । ଏହା ସହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ଅଧିକ ପଢନ୍ତୁ

ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ

By

Published : Jun 7, 2022, 10:59 PM IST

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୯ ତାରିଖ ପୂର୍ବାହ୍ନ ୧୦.୩୦ ରେ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨୦୨୨ ର ଉଦଘାଟନ କରିବେ । ଏହା ସହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ – ୨୦୨୨ ଦୁଇ ଦିନିଆ କାର୍ଯ୍ୟକ୍ରମ ଜୁନ ୯ ଏବଂ ୧୦ ରେ ହେବ । ବାୟୋଟେକ୍ନୋଲୋଜି ବିଭାଗ ଏବଂ ବାୟୋଟେକ୍ନୋଲୋଜି ଶିଳ୍ପ ଅନୁସନ୍ଧାନ ସହାୟତା ପରିଷଦ (ବିଆଇଆରଏସି) ଦ୍ବାରା ଏହା ଆୟୋଜିତ ହେଉଛି । ବିଆଇଆରଏସି ସ୍ଥାପନର ଦଶ ବର୍ଷ ପୂର୍ତ୍ତି ଅବସରରେ ଏହା ଅନୁଷ୍ଠିତ ହେଉଛି । ଏକ୍ସପୋର ବିଷୟବସ୍ତୁ ରହିଛି-ବାୟୋଟେକ ଷ୍ଟାର୍ଟଅପ ଇନୋଭେସନ୍ସ ଆତ୍ମ ନିର୍ଭର ଭାରତ ଅଭିମୁଖେ ।

ଉଦ୍ୟୋଗୀ, ନିବେଶକ, ଶିଳ୍ପପତି, ବୈଜ୍ଞାନିକ, ଅନୁସନ୍ଧାନକାରୀ, ବାୟୋ-ଇନକ୍ୟୁବେଟର, ଉତ୍ପାଦକ, ନିୟାମକ, ସରକାରୀ ଅଧିକାରୀ ଇତ୍ୟାଦିଙ୍କୁ ସଂଯୋଗ କରିବା ପାଇଁ ଏହି ଏକ୍ସପୋ ଏକ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରିବ । ଏକ୍ସପୋରେ ପ୍ରାୟ ୩୦୦ ଷ୍ଟଲ ପ୍ରତିଷ୍ଠା ହେବ ଏବଂ ବିଭିନ୍ନ କ୍ଷେତ୍ରରେ ଜୈବ ପ୍ରଯୁକ୍ତିବିଦ୍ୟା ଯେପରିକି ସ୍ବାସ୍ଥ୍ୟସେବା, ଜେନୋମିକ୍ସ, ବାୟୋଫାର୍ମା, କୃଷି, ଶିଳ୍ପ ବାୟୋଟେକ୍ନୋଲୋଜି, ବର୍ଜ୍ୟବସ୍ତୁରୁ ସମ୍ପଦ, ସ୍ବଚ୍ଛ ଶକ୍ତି ଆଦି ପ୍ରଦର୍ଶିତ ହେବ ।

ABOUT THE AUTHOR

...view details