ପାଣାଜୀ:ପୁଣି ଥରେ ଗୋଆରେ ବିଜେପି ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରମୋଦଙ୍କ ଉପରେ ଆସ୍ଥା ଜାହିର କରିଛି । ସୋମବାର ଆୟୋଜିତ ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ପ୍ରମୋଦ ସାଓ୍ବନ୍ତଙ୍କୁ ବିଧାୟକ ଦଳ ନେତା ଚୟନ କରିଛନ୍ତି । ଏହାସହିତ ଖୁବଶ୍ରୀଘ୍ର ଦ୍ବିତୀୟ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ପ୍ରମୋଦ । ଆସନ୍ତାକାଲି କିମ୍ବା ଗୁରୁବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପ୍ରମୋଦ । ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ପ୍ରମୋଦ ସାୱନ୍ତ ।
ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଭାରତୀୟ ଜନତା ପାର୍ଟି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରିଛନ୍ତି । ଯଦିଓ ଶପଥ ଗ୍ରହଣ କାର୍ଯ୍ୟକ୍ରମ ତାରିଖ ସ୍ଥିର ହୋଇନାହିଁ ବୁଧବାର କିମ୍ବା ଗୁରୁବାର ହେବାର ସମ୍ଭାବନା ରହିଛି । ଏ ନେଇ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କୁ ନିମନ୍ତ୍ରଣ କରିଥିବା କହିଛନ୍ତି ପ୍ରମୋଦ ସାୱନ୍ତ ।