ଓଡିଶା

odisha

ETV Bharat / bharat

ଅହମ୍ମଦନଗର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ଉଦ୍ଧବ

ମହାରାଷ୍ଟ୍ର ଅହମ୍ମଦନଗର ସିଭିଲ ହସ୍ପିଟାଲ ଅଗ୍ନିକାଣ୍ଡରେ ୧୦ ପ୍ରାଣ ହରାଇବା ଘଟଣାରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ । ଅଧିକ ପଢନ୍ତୁ...

By

Published : Nov 6, 2021, 6:34 PM IST

ଅହମ୍ମଦନଗର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ଉଦ୍ଧବ
ଅହମ୍ମଦନଗର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ଉଦ୍ଧବ

ମୁମ୍ବାଇ:ମହାରାଷ୍ଟ୍ର ଅହମ୍ମଦନଗର ସିଭିଲ ହସ୍ପିଟାଲ ICUରେ ଅଗ୍ନିକାଣ୍ଡରେ ୧୦ଜଣ ପ୍ରାଣ ହରାଇବା ଘଟଣାରେ ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଘଟଣାରେ ଶୋକ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରି ଟ୍ବିଟ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଘଟଣାରେ ଶୋକ ପ୍ରକାଶ କରିବା ସହ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ସେହିପରି ଆହତମାନେ ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ବୋଲି ପ୍ରାର୍ଥନା କରି ଟ୍ବିଟ କରିଛନ୍ତି ପ୍ରଧାନମନ୍ତ୍ରୀ ।

ଘଟଣାରେ ଶୋକ ପ୍ରକାଶ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । କେଉଁ କାରଣରୁ ଦୁର୍ଘଟଣା ଘଟିଲା, ତାର ତଦନ୍ତ ହେବାନେଇ ନିର୍ଦ୍ଦେଶ ମିଳିସାରିଥିବା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଘଟଣାରେ ଶୋକ ପ୍ରକାଶ କରିବା ସହ ମୃତ ବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଇ ଟ୍ବିଟ କରିଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ହସ୍ପିଟାଲ ICUରେ କୌଣସି କାରଣବଶତଃ ନିଆଁ ଲାଗିଯାଇଥିଲା । ଏହି ସମୟରେ ICUରେ ୧୮-୨୦ ଜଣ ରୋଗୀ ଚିକିତ୍ସାଧୀନ ଥିଲେ । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ଏଥିରେ ୧୦ଜଣ ରୋଗୀ ପ୍ରାଣ ହରାଇଥିବାବେଳେ ଅନେକ ଏଥିରେ ଆହତ ହୋଇଥିଲେ । ଆହତଙ୍କୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଇ ଚିକିତ୍ସା ଜାରି ରହିଛି । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଆରମ୍ଭ ହୋଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details