ଓଡିଶା

odisha

ETV Bharat / bharat

ଘୋଷଯାତ୍ରା ଅବସରରେ ଦେଶବାସୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା - car festival

ଆଜି ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ଏହି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଅଧିକ ପଢନ୍ତୁ...

ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଶୁଭେଚ୍ଛା
ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଶୁଭେଚ୍ଛା

By

Published : Jul 12, 2021, 7:24 AM IST

Updated : Jul 12, 2021, 10:51 AM IST

ନୂଆଦିଲ୍ଲୀ: ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ।

ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରାର ଶୁଭ ଅବସରରେ ଦେଶାବାସୀ ବିଶେଷ କରି ଓଡିଶାର ସବୁ ଶ୍ରାଦ୍ଧାଳୁଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ସମସ୍ତ ଦେଶବାସୀଙ୍କ ଜୀବନ ସୁଖ, ସମୃଦ୍ଧତା ଏବଂ ସ୍ବାସ୍ଥ୍ୟରେ ପରିପୂର୍ଣ୍ଣ ରହୁ ବୋଲି ଟ୍ବିଟ କରି କହିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ପବିତ୍ର ରଥଯାତ୍ରା ଅବସରରେ ମୋର ଦେଶବାସୀଙ୍କୁ ଅଭିନନ୍ଦନ ଓ ଶୁଭକାମନା । ଓଡିଶାର ପୁରୀରେ ଭଗବାନ ଜଗନ୍ନାଥଙ୍କ ପାରମ୍ପରିକ ରଥଯାତ୍ରା ସ୍ଥାନୀୟ ତଥା ସମ୍ପୂର୍ଣ୍ଣ ଭାରତବର୍ଷର ଭକ୍ତମାନଙ୍କ ନିମନ୍ତେ ଏକ ବହୁ ପ୍ରତିକ୍ଷୀତ ଓ ଆବେଗମୟ ମୁହୂର୍ତ୍ତ । ଏହା ଆମର ବିବିଧତାର ପ୍ରତୀକ ଓ ଭକ୍ତମାନଙ୍କ ପାଇଁ ଅନେକ ଆଧ୍ୟାତ୍ମିକ ମହତ୍ବ ରଖିଥାଏ ବୋଲି କହିଛନ୍ତି ଉପରାଷ୍ଟ୍ରପତି ।

ଭଗବାନ ଜଗନ୍ନାଥଙ୍କ ନାମାନୁସାରେ ‘ଜଗତର ନାଥ’ଙ୍କ ଏହି ଯାତ୍ରା ଅତୁଳନୀୟ ଓ ବିଗ୍ରହମାନଙ୍କୁ ରଥରେ ବସାଇ ନେବା ଦୃଶ୍ୟ ଅନନ୍ୟ । କୋଭିଡ-୧୯ ଯୋଗୁଁ ଭାରତ ଓ ବିଶ୍ବର ଅନ୍ୟାନ୍ୟ ଦେଶ ଯେତେବେଳେ ଏକ ଗୁରୁତର ପରିସ୍ଥିତି ଦେଇ ଗତି କରୁଛି । କୋଭିଡ ମାର୍ଗଦର୍ଶିକା ପାଳନ କରି ଏହି ଯାତ୍ରା ପାଳନ କରିବାକୁ ମୁଁ ସମସ୍ତଙ୍କୁ ନିବେଦନ କରୁଛି ।

ରଥଯାତ୍ରା ସହ ନିହିତ ପବିତ୍ର ଓ ମହାନ ଆଦର୍ଶ ଆମମାନଙ୍କ ଜୀବନରେ ଶାନ୍ତି, ସୌହାର୍ଦ୍ଦ୍ୟ, ଉତ୍ତମ ସ୍ବାସ୍ଥ୍ୟ ଓ ଖୁସି ଆଣିଦେଉ ବୋଲି କହିଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ।

ପବିତ୍ର ଘୋଷଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମସ୍ତଙ୍କ ଜୀବନରେ ପ୍ରଭୁ ଜଗନ୍ନାଥ ସୁଖ ସମୃଦ୍ଧି ଭରି ଦିଅନ୍ତୁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଗୁଣ୍ଡିଚା ଯାତ୍ରାରେ ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଭଗବାନ ବଳଭଦ୍ର, ମା ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ଆର୍ଶୀବାଦ ଆମ ଉପରେ ରହୁ ସମସ୍ତଙ୍କ ଜୀବନ ସୁଖ ସମୃଦ୍ଧିରେ ଭରି ଯାଉ ବୋଲି କାମନା କରିଛନ୍ତି ନଡ୍ଡା ।

ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କ ଉପରେ କୃପା କରନ୍ତୁ ବୋଲି ଟ୍ବିଟ କରି କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Jul 12, 2021, 10:51 AM IST

ABOUT THE AUTHOR

...view details