ଓଡିଶା

odisha

ETV Bharat / bharat

G20 Summit: ଜି୨୦ ସଂସ୍କୃତି ମନ୍ତ୍ରୀଙ୍କ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ - ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ସମ୍ବୋଧନରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଜି - ୨୦ ସଂସ୍କୃତି ମନ୍ତ୍ରୀ ଗୋଷ୍ଠୀର କାର୍ଯ୍ୟ ସମଗ୍ର ମାନବଜାତି ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଭାରତରେ ଆମେ ଆମର ଚିରସ୍ଥାୟୀ ଏବଂ ବିବିଧ ସଂସ୍କୃତି ପାଇଁ ଗର୍ବିତ । ଆମେ ଆମର ଦୃଶ୍ୟମାନ ସ୍ଥାୟୀ ସାଂସ୍କୃତିକ ଐତିହ୍ୟକୁ ମଧ୍ୟ ବହୁତ ଗୁରୁତ୍ବ ଦେଉଛୁ। ଭାରତ ଏହାର ଐତିହ୍ୟସ୍ଥଳୀ ଗୁଡ଼ିକର ସଂରକ୍ଷଣ ଏବଂ ପୁନରୁଦ୍ଧାର ପାଇଁ କଠିନ ପରିଶ୍ରମ କରୁଛି । ଦେଶର ସାଂସ୍କୃତିକ ସମ୍ପତ୍ତି ଓ କଳାକାର ମାନଙ୍କୁ ଜାତୀୟ ସ୍ତରରେ ତଥା ଗ୍ରାମ ସ୍ତରରେ ମାନଚିତ୍ରଣ କରିବା ପାଇଁ ସେ ଉଲ୍ଲେଖ କରିଥିଲେ । ଅଧିକ ପଢନ୍ତୁ

ଜି୨୦ ସଂସ୍କୃତି ମନ୍ତ୍ରୀ ମାନଙ୍କ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
ଜି୨୦ ସଂସ୍କୃତି ମନ୍ତ୍ରୀ ମାନଙ୍କ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

By ETV Bharat Odisha Team

Published : Aug 26, 2023, 10:49 PM IST

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍ତରପ୍ରଦେଶ ବାରଣାସୀ ଠାରେ ଆୟୋଜିତ ଜି - ୨୦ ସଂସ୍କୃତି ମନ୍ତ୍ରୀ ବୈଠକକୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି । କାଶୀକୁ ଅନ୍ୟତମ ପୁରାତନ ଜୀବନ୍ତ ସହର ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ, ଯେଉଁଠାରେ ଭଗବାନ ବୁଦ୍ଧ ତାଙ୍କର ପ୍ରଥମ ଧର୍ମୋପଦେଶ ଦେଇଥିଲେ । କାଶୀ ଜ୍ଞାନ, କର୍ତ୍ତବ୍ୟ ଏବଂ ସତ୍ୟର ଭଣ୍ଡାର ଭାବରେ ଜଣାଶୁଣା ଏବଂ ଏହା ପ୍ରକୃତରେ ଭାରତର ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ରାଜଧାନୀ । ଏହାର ଖାଦ୍ୟ ପାନୀୟର ସ୍ବାଦ ଚାଖିବାକୁ ଅତିଥି ମାନଙ୍କୁ ପରାମର୍ଶ ଦେଇଥିଲେ ।

ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଜି - ୨୦ ସଂସ୍କୃତି ମନ୍ତ୍ରୀ ଗୋଷ୍ଠୀର କାର୍ଯ୍ୟ ସମଗ୍ର ମାନବଜାତି ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଭାରତରେ ଆମେ ଆମର ଚିରସ୍ଥାୟୀ ଏବଂ ବିବିଧ ସଂସ୍କୃତି ପାଇଁ ଗର୍ବିତ । ଆମେ ଆମର ଦୃଶ୍ୟମାନ ସ୍ଥାୟୀ ସାଂସ୍କୃତିକ ଐତିହ୍ୟକୁ ମଧ୍ୟ ବହୁତ ଗୁରୁତ୍ବ ଦେଉଛୁ। ଭାରତ ଏହାର ଐତିହ୍ୟସ୍ଥଳୀ ଗୁଡ଼ିକର ସଂରକ୍ଷଣ ଏବଂ ପୁନରୁଦ୍ଧାର ପାଇଁ କଠିନ ପରିଶ୍ରମ କରୁଛି । ଦେଶର ସାଂସ୍କୃତିକ ସମ୍ପତ୍ତି ଓ କଳାକାର ମାନଙ୍କୁ ଜାତୀୟ ସ୍ତରରେ ତଥା ଗ୍ରାମ ସ୍ତରରେ ମାନଚିତ୍ରଣ କରିବା ପାଇଁ ସେ ଉଲ୍ଲେଖ କରିଥିଲେ । ନୂଆଦିଲ୍ଲୀ ଠାରେ ଥିବା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତର ଗଣତାନ୍ତ୍ରିକ ଐତିହ୍ୟକୁ ପ୍ରଦର୍ଶିତ କରିବା ପାଇଁ ଏହା ଏକ ପ୍ରକାରର ପ୍ରୟାସ । ସେ “ୟୁଗେ ଯୁଗେ ଭାରତ' ଜାତୀୟ ସଂଗ୍ରହାଳୟର ବିକାଶ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ, ଯାହା ସମ୍ପୂର୍ଣ୍ଣ ହେବା ପରେ ଭାରତର ୫,୦୦୦ ବର୍ଷରୁ ଅଧିକ ସମୟର ଇତିହାସ ଏବଂ ସଂସ୍କୃତିକୁ ପ୍ରଦର୍ଶିତ କରୁଥିବା ବିଶ୍ବର ସର୍ବବୃହତ ସଂଗ୍ରହାଳୟ ଭାବରେ ଠିଆ ହେବ । ୨୦୧୪ ମସିହାରୁ ଭାରତ ଏଭଳି ଶତାଧିକ କଳାକୃତିକୁ ଫେରାଇ ଆଣିଛି ଯାହା ଏହାର ପ୍ରାଚୀନ ସଭ୍ୟତାର ଗୌରବକୁ ପ୍ରଦର୍ଶିତ କରୁଛି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଜୀବନ୍ତ ଐତିହ୍ୟ ତଥା ‘କଲଚର ଫର ଲାଇଫ’ ପ୍ରତି ଅବଦାନକୁ ସେ ପ୍ରଶଂସା କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସାଂସ୍କୃତିକ ଐତିହ୍ୟ କେବଳ ପଥରରେ ଖୋଦେଇ କରାଯାଏ ନାହିଁ, ବରଂ ପରମ୍ପରା, ରୀତିନୀତି ଏବଂ ପର୍ବପର୍ବାଣୀ ଗୁଡିକୁ ମଧ୍ୟ ପର ପିଢ଼ିକୁ ପ୍ରଦାନ କରାଯାଏ । କାର୍ଯ୍ୟକାରୀ ଗୋଷ୍ଠୀର ପ୍ରୟାସ ନିରନ୍ତର ଅଭ୍ୟାସ ଏବଂ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ଏହାବି ପଢନ୍ତୁ- ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ

ପ୍ରଧାନମନ୍ତ୍ରୀ ଆହୁରି କହିଥିଲେ ଅର୍ଥନୈତିକ ଅଭିବୃଦ୍ଧି ଏବଂ ବିବିଧତା ପାଇଁ ଐତିହ୍ୟ ଏକ ଗୁରୁତ୍ବପୂର୍ଣ୍ଣ ସମ୍ପତ୍ତି ଏବଂ ଏହା ଭାରତର ‘ବିକାଶ ଭି , ବିରାସତ ଭି' (ବିକାଶ ସହିତ ଐତିହ୍ୟ ମଧ୍ୟ) ମନ୍ତ୍ରରେ ପ୍ରତିଫଳିତ ହୋଇଛି , ଯାହାର ଅର୍ଥ ହେଉଛି ବିକାଶ ସହିତ ଐତିହ୍ୟର ସଂରକ୍ଷଣ । ପ୍ରାୟ ୩,୦୦୦ ଅନନ୍ୟ କଳାକୃତି ଏବଂ ହସ୍ତଶିଳ୍ପ ସହିତ ୨,୦୦୦ ବର୍ଷର ପରୁଣା ଶିଳ୍ପକାରିଗରୀ ଐତିହ୍ୟ ପାଇଁ ଭାରତ ଗର୍ବିତ” ବୋଲି କହିବା ସହିତ ପ୍ରଧାନମନ୍ତ୍ରୀ ‘ଗୋଟିଏ ଜିଲ୍ଲା, ଗୋଟିଏ ଉତ୍ପାଦ’ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ଯାହା ଏକା ସାଙ୍ଗରେ ଆତ୍ମନିର୍ଭରଶୀଳତାକୁ ପ୍ରୋତ୍ସାହିତ କରିବା ସହିତ ଭାରତୀୟ ଶିଳ୍ପକାରିଗରୀର ସ୍ବତନ୍ତ୍ରତାକୁ ପ୍ରଦର୍ଶିତ କରେ ।

ଶେଷରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜି ୨୦ ସଂସ୍କୃତି ମନ୍ତ୍ରୀଙ୍କ କାର୍ଯ୍ୟକାରୀ ଗୋଷ୍ଠୀ ‘କଲଚର ୟୁନାଇଟ୍ସ ଅଲ’ (ସଂସ୍କୃତି ସମସ୍ତଙ୍କୁ ଏକଜୁଟ କରେ) ଅଭିଯାନ ଆରମ୍ଭ କରିଛି। ଯେଉଁଥିରେ ବସୁଧୈବ କୁଟୁମ୍ବକମ - ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତର ଭାବନାକୁ ଦର୍ଶାଯାଇଛି । ଜି ୨୦ ଆକ୍ସନ ପ୍ଲାନ ପ୍ରସ୍ତୁତ କରିବାରେ ସେମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକାକୁ ମଧ୍ୟ ସେ ପ୍ରଶଂସା କରିଥିଲେ । ସଂସ୍କୃତି, ସୃଜନଶୀଳତା, ବାଣିଜ୍ୟ ଏବଂ ସହଯୋଗ ଭଳି ଚାରୋଟି ସି (C ) ର ମହତ୍ତ୍ବକୁ ଆପଣଙ୍କ କାର୍ଯ୍ୟ ପ୍ରତିଫଳିତ କରୁଛି । ଏହା ଆମକୁ ଏକ ଦୟାଶୀଳ, ସମାବେଶୀ ଏବଂ ଶାନ୍ତିପୂର୍ଣ୍ଣ ଭବିଷ୍ୟତ ଗଠନ ପାଇଁ ସଂସ୍କୃତିର ଶକ୍ତିକୁ ଉପଯୋଗ କରିବାରେ ସକ୍ଷମ କରିବ ବୋଲି ପ୍ରଧାନମନ୍ତ୍ରୀ ଶେଷରେ କହିଥିଲେ ।

ABOUT THE AUTHOR

...view details