ବାଲେଶ୍ବର/ଭୁବନେଶ୍ବର/ଶାଲିମାର: ବାଲେଶ୍ବର ବାହାନଗା ରେଳ ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ (୧୨୮୪୧-ଅପ) ଲାଇନଚ୍ୟୁତ ଘଟଣା । ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୃତାହତ ଯାତ୍ରୀଙ୍କ ପରିବାରକୁ ଜଣାଇଲେ ସମବେଦନା । ଆହତ ଯାତ୍ରୀଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୋଦି ।
ଟ୍ବିଟ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ‘‘ଓଡିଶାରେ ଟ୍ରେନ ଦୁର୍ଘଟଣାକୁ ନେଇ ମୁଁ ଚିନ୍ତିତ । ମୃତାହତ ଯାତ୍ରୀଙ୍କ ପରିବାରକୁ ସମବେଦନା । ଆହତ ଯାତ୍ରୀଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ’’ ସେହିପରି ଘଟଣାକୁ ନେଇ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ କଥା ହୋଇଥିବା ମୋଦି କହିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିବା ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ।
ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଟ୍ବିଟ କରି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପ୍ରିୟ ପରିଜନଙ୍କୁ ସମବେଦନା ଜଣାଇଛନ୍ତି । ଏହାସହ ଆହତକଙ୍କ ଆରୋଗ୍ୟ କାମନା କରିଛନ୍ତି । ଉପରାଷ୍ଟ୍ରପତି ଜଗଦୀପ ଧନକର ମଧ୍ୟ ଟ୍ବିଟ କରି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପ୍ରିୟ ପରିଜନଙ୍କୁ ସମବେଦନା ଜଣାଇଛନ୍ତି । ଏହାସହ ଆହତକଙ୍କ ଆରୋଗ୍ୟ କାମନା କରିଛନ୍ତି ।
ଘଟଣାକୁ ନେଇ ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଟ୍ବିଟ କରି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦାନ ଜଣାଇଛନ୍ତି । ଆହତକଙ୍କ ଆରୋଗ୍ୟ କାମନା କରିଛନ୍ତି । ଏନଡିଆରଏଫ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଜାରି ରଖିବା ସହ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ଆଶ୍ବାସନ ଦେଇଛନ୍ତି ।