ଓଡିଶା

odisha

ପାଞ୍ଚ ବର୍ଷରେ ଓଡିଶାକୁ ମିଳିଛି ୧୬ ହଜାର ୧୬୫ କୋଟି ଜିଏସଟି କ୍ଷତିପୂରଣ

By

Published : Jul 19, 2022, 10:46 PM IST

ବିଗତ ପାଞ୍ଚ ବର୍ଷରେ ଜିଏସଟି କାର୍ଯ୍ୟକାରୀ ଯୋଗୁଁ ହୋଇଥିବା ରାଜସ୍ବ ହାନୀ ବାବଦରେ କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶକୁ ୫ ଲକ୍ଷ ୫୫ ହଜାର ୧୨୧ କୋଟି ଟଙ୍କାର ଜିଏସଟି କ୍ଷତିପୂରଣ ଦେଇଛନ୍ତି । ୨୦୧୭-୧୮ ଆର୍ଥିକ ବର୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ଏହି କ୍ଷତିପୂରଣ ଦେଇଛନ୍ତି । ଅଧିକ ପଢନ୍ତୁ

ଜିଏସଟି କ୍ଷତିପୂରଣ
ଜିଏସଟି କ୍ଷତିପୂରଣ

ଭୁବନେଶ୍ବର: ବିଗତ ପାଞ୍ଚ ବର୍ଷରେ ଜିଏସଟି କାର୍ଯ୍ୟକାରୀ ଯୋଗୁଁ ହୋଇଥିବା ରାଜସ୍ବ ହାନୀ ବାବଦରେ କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶକୁ ୫ ଲକ୍ଷ ୫୫ ହଜାର ୧୨୧ କୋଟି ଟଙ୍କାର ଜିଏସଟି କ୍ଷତିପୂରଣ ଦେଇଛନ୍ତି । ୨୦୧୭-୧୮ ଆର୍ଥିକବର୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ଏହି କ୍ଷତିପୂରଣ ଦେଇଛନ୍ତି । ପାଞ୍ଚ ବର୍ଷ ମଧ୍ୟରେ ଜିଏସଟି କ୍ଷତିପୂରଣ ବାବଦରେ ଓଡ଼ିଶାକୁ ୧୬ ହଜାର ୧୬୫ କୋଟି ଟଙ୍କା ମିଳିଛି ।

ଜିଏସଟି ପରିଷଦର ସୁପାରିଷ କ୍ରମେ ଏହି ସହାୟତା ଯୋଗାଇ ଦେଇଥିବା କେନ୍ଦ୍ର ଅର୍ଥ ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ ରାଜ୍ୟସଭାରେ ଏକ ଲିଖିତ ଉତ୍ତରରେ ସୂଚନା ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଦ୍ବାରା ନିରନ୍ତର ଜିଏସଟି ସଂସ୍କାର କାର୍ଯ୍ୟକାରୀ କରିବା କାରଣରୁ ନିକଟରେ ମାସିକ ଜିଏସଟି ସଂଗ୍ରହ ବୃଦ୍ଧି ପାଇଛି । ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ହାରାହାରି ମାସିକ ସକଳ ଜିଏସଟି ସଂଗ୍ରହ ୧.୫୧ ଲକ୍ଷ କୋଟି ଟଙ୍କା ରହିଛି । ପୂର୍ବ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ଏହା ୧.୧୦ ଲକ୍ଷ କୋଟି ଟଙ୍କା ରହିଥିଲା । ଚଳିତ ଆର୍ଥିକ ବର୍ଷରେ ଏଥିରେ ୩୭% ବୃଦ୍ଧି ପରିଲକ୍ଷିତ ହୋଇଛି ।

ମନ୍ତ୍ରୀ କହିଛନ୍ତି ଯେ, ପାଞ୍ଚ ବର୍ଷର ଅବଧି ଠାରୁ ଅଧିକ ସମୟ ପାଇଁ ଜିଏସଟି କ୍ଷତିପୂରଣ ଦେବା ଲାଗି କେତେକ ରାଜ୍ୟ ଅନୁରୋଧ କରିଥିଲେ । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଜିଏସଟି (ରାଜ୍ୟମାନଙ୍କୁ କ୍ଷତିପୂରଣ) ଆଇନ, ୨୦୧୭ର ଧାରା ୭ ଅନୁଯାୟୀ, ୧.୭.୨୦୧୭ରେ ଜିଏସଟି ଲାଗୁ ହେବା ପରେ ହୋଇଥିବା ରାଜସ୍ବ କ୍ଷତି ବାବଦରେ ୫ ବର୍ଷ ପାଇଁ ରାଜ୍ୟମାନଙ୍କୁ କ୍ଷତିପୂରଣ ଦିଆଯିବାର ନିୟମ ରହିଛି । ଟିକସ ବ୍ୟବସ୍ଥାରେ ପରିବର୍ତ୍ତନ ସମୟରେ, ୨୦୧୫-୧୬ ମୂଳ ବର୍ଷ ତୁଳନାରେ ବାର୍ଷିକ ୧୪% ଅଭିବୃଦ୍ଧି ହାରରେ ରାଜ୍ୟମାନଙ୍କର ରାଜସ୍ବକୁ ସୁରକ୍ଷା ଦିଆଯାଇଛି । ତଦନୁଯାୟୀ, ସୁରକ୍ଷିତ ରାଜସ୍ବ ବାବଦରେ ଦେଖା ଦେଇଥିବା ନିଅଣ୍ଟ ଭରଣା କରିବା ଲାଗି ରାଜ୍ୟମାନଙ୍କୁ କ୍ଷତିପୂରଣ ଦିଆଯାଇଛି ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶମାନଙ୍କୁ କ୍ଷତିପୂରଣ ଦେବା ଏବଂ ଜିଏସଟି ଅଧୀନରେ ସମ୍ବଳର ବୃଦ୍ଧି ସମ୍ପର୍କରେ ଲକ୍ଷ୍ନୌରେ ଅନୁଷ୍ଠିତ ୪୫ତମ ଜିଏସଟି ବୈଠକରେ ଆଲୋଚନା କରାଯାଇଛି । ପରିଷଦର ନିଷ୍ପତ୍ତି ପରେ ଦୁଇଟି ମନ୍ତ୍ରୀ ଗୋଷ୍ଠୀ ଗଠନ କରାଯାଇଛି । ଜିଏସଟି ପ୍ରଣାଳୀରେ ସଂସ୍କାର ଏବଂ ଦରକୁ ଯୁକ୍ତିସଙ୍ଗତ କରିବା ଲାଗି ମନ୍ତ୍ରୀ ଗୋଷ୍ଠୀ ଗଠନ କରାଯାଇଛି । ଦର ଯୁକ୍ତିସଙ୍ଗତ କରିବା ପରେ ଗଠିତ ମନ୍ତ୍ରୀ ଗୋଷ୍ଠୀ ଏହାର ଅନ୍ତରୀଣ ରିପୋର୍ଟ ଦାଖଲ କରିଛି ।

ଇଟିଭି ଭାରତ, ନୂଆଦିଲ୍ଲୀ

For All Latest Updates

ABOUT THE AUTHOR

...view details