ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥାରେ ଦେଖାଯାଇଥିବା ତ୍ରୁଟି (PM Security Breach ) ସୁପ୍ରିମକୋର୍ଟରେ ପହଞ୍ଚିଥିଲା । ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ପିଟିସନର ଆଜି (ଶୁକ୍ରବାର) ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ତଦନ୍ତକୁ ସ୍ଥଗିତ ରଖିବାକୁ ପଞ୍ଜାବ ଓ କେନ୍ଦ୍ରୀୟ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏହା ସହି ପିଏମଙ୍କ ଗସ୍ତର ବିସୃତ ରିପୋର୍ଟ ସଂରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ (SC directs to secure and preserve the travel records)।
ସୋମବାର ଯାଏ ତଦନ୍ତ କାର୍ଯ୍ୟ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ହୋଇଛି । ପଞ୍ଜାବ ରେଜିଷ୍ଟ୍ରାର ଜେନେରାଲ ଓ ହରିୟାଣା ହାଇକୋର୍ଟଙ୍କୁ ପିଏମଙ୍କ ଗସ୍ତର ବିସୃତ ରିପୋର୍ଟ ସଂରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ପିଏମଙ୍କ ଗସ୍ତ ବେଳେ ପଞ୍ଜାବ ପୋଲିସ ପକ୍ଷରୁ ନିଆଯାଇଥିବା ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କିତ ସମସ୍ତ ପ୍ରମାଣ ସଂଗ୍ରହ ଲାଗି ବଠିଣ୍ଡା ଜିଲ୍ଲା ଜଜଙ୍କୁ ନିର୍ଦ୍ଦେଶ ଦିଆଯାଉ ବୋଲି ପିଟିସନରେ ଦାୟର ହୋଇଥିଲା । ଏହି ଘଟଣାରେ ଜଡିତ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ନିବେଦନ ହୋଇଛି ।