ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବସ-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଆହତ ହୋଇଥିବା ସୂଚନା ରହିଛି ।
ସୂଚନାଅନୁସାରେ, ଉତ୍ତର ପ୍ରଦେଶ ବାହାରାଇଚର ତପେ ସିପାରେ ବସ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି । ଏନେଇ ବାହାରାଇଚ SHO ରାଜେଶ ସିଂ ସୂଚନା ଦେଇଛନ୍ତି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଛି । ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।