ନୂଆଦିଲ୍ଲୀ: ଦେଶରେ ତଳ ମୁହାଁ ହୋଇଛି କୋରୋନା ସଂକ୍ରମଣ । ଲଗାତାର କିଛି ଦିନ ୪୦ ହଜାରରୁ ଊର୍ଦ୍ଧ୍ବ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହା ତଳକୁ ଖସିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୬୨୮ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୮ ଲକ୍ଷ ୯୫ ହଜାର ୩୮୫ରେ ପହଞ୍ଚିଛି ।
INDIA CORONA: 40 ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ, 617 ମୃତ - କୋରୋନା ଆକ୍ରାନ୍ତ
୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୬୨୮ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...
INDIA CORONA: ଦିନକରେ ୩୮, ୬୨୮ ପଜିଟିଭ ଚିହ୍ନଟ, ୬୧୭ ମୃତ
ସେହିପରି ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୧୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୨୭ ହଜାର ୩୭୧ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ଅପେକ୍ଷା ସୁସ୍ଥ ସଂଖ୍ୟା ବୃଦ୍ଧି ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ ଊର୍ଦ୍ଧ୍ବ କୋରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୩କୋଟି ୧୦ ଲକ୍ଷ ୫୫ ହଜାର ୮୬୧ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।
@ANI