ଓଡିଶା

odisha

ETV Bharat / bharat

Rozgar Mela: ନିଯୁକ୍ତି ପାଇବେ 71000 କର୍ମଚାରୀ

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା କେନ୍ଦ୍ର ସରକାର ଆୟୋଜନ କରୁଛନ୍ତି । ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ । ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ । ଅଧିକ ପଢନ୍ତୁ

By

Published : Apr 12, 2023, 10:54 PM IST

Updated : Apr 13, 2023, 7:23 AM IST

Etv Bharat
Etv Bharat

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି (ଗୁରୁବାର) ପୂର୍ବାହ୍ନରେ ପ୍ରାୟ 71000 ନୂତନ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ମଧ୍ୟ ସମ୍ବୋଧିତ କରିବେ । ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା କେନ୍ଦ୍ର ସରକାର ଆୟୋଜନ କରୁଛନ୍ତି । ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ । ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ।

ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ କମ ଟିକେଟ କ୍ଲର୍କ, ଇନ୍ସପେକ୍ଟର, ସବ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ/ପଦବୀରେ ଯୋଗ ଦେବେ । ଏହା ସହିତ ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ, ଜେଇ/ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ ବିଭାଗରେ ସାରା ଦେଶରୁ 71 ହଜାର କର୍ମଚାରୀ ଆଜି ନିଯୁକ୍ତି ପାଇବେ ।

ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ । ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ ଓରିଏଣ୍ଟେସନ ପାଠ୍ୟକ୍ରମ ଅଟେ । ଦେଶରେ ନିଯୁକ୍ତକୁ ସୁନିଶ୍ଚିତ କରିବା ଓ ଶିକ୍ଷିତ ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ ଭାରତ ସରକାର ରୋଜଗାର ମେଳା ଭଳି ଏକ ଅଭିନବ ପନ୍ଥା ଗ୍ରହଣ କରିଛନ୍ତି ।

ଏହି ଯୋଜନା ଅନୁସାରେ ସରକାର ଗୋଟିଏ ବର୍ଷରେ 10 ଲକ୍ଷ କର୍ମଚାରୀଙ୍କୁ ନିଯୁକ୍ତି ଦେବେ । ପୂର୍ବରୁ 3 ଟି ପର୍ଯ୍ୟାୟରେ 71 ହଜାର ଲେଖାଏଁ କର୍ମଚାରୀ ନିଯୁକ୍ତି ପାଇସାରିଛନ୍ତି । ରୋଜଗାର ମେଳା ପାଇଁ ଭୁବନେଶ୍ବର, କଟକରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଭୁବନେଶ୍ବରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକରେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁ଼ଡୁ ଉପସ୍ଥିତ ରହି ନିଯୁକ୍ତିପତ୍ର ବଣ୍ଟନ କରିବେ । ଉଭୟ କେନ୍ଦ୍ରମନ୍ତ୍ରୀ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ ।

Last Updated : Apr 13, 2023, 7:23 AM IST

ABOUT THE AUTHOR

...view details