ଓଡିଶା

odisha

ETV Bharat / bharat

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ କୋରୋନା - କେନ୍ଦ୍ର ଶିକ୍ଷାମନ୍ତ୍ରୀ

ମହାମାରୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ । କୋରୋନା ପଜିଟିଭ ଚିହ୍ନଟ ହେବା ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ଶିକ୍ଷାମନ୍ତ୍ରୀ । ଅଧିକ ପଢନ୍ତୁ...

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ କୋରୋନା
କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ କୋରୋନା

By

Published : Apr 21, 2021, 3:56 PM IST

ନୂଆଦିଲ୍ଲୀ: ଦେଶରେ ବଢିଚାଲିଛି କୋରୋନା ସଂକ୍ରମଣ । ସାଧାରଣ ଜନସାଧାରଣଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ, ସମସ୍ତେ କୋରୋନା କବଳରେ କବଳିତ । ଏହି କ୍ରମରେ ମହାମାରୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ । କୋରୋନା ପଜିଟିଭ ଚିହ୍ନଟ ହେବା ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ଶିକ୍ଷାମନ୍ତ୍ରୀ ।

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ କୋରୋନା

ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଟ୍ବିଟ କରି ଲେଖିଛନ୍ତି, ମୁଁ କୋଭିଡ ପଜିଟିଭ ଚିହ୍ନଟ ହୋଇଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସିତ ହେଉଛି । ତେବେ ଯେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ସେମାନେ ତୁରନ୍ତ କୋଭିଡ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି ।

ନିକଟରେ ଅନେକ ରାଜନେତା କୋରୋନାରେ ଆକ୍ରାନ୍ତ ହୋଇସାରିଲେଣି । କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କୋରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଏପେଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ମଧ୍ୟ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ABOUT THE AUTHOR

...view details