ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ କୋଭିଡ ସମୀକ୍ଷା ପରେ ଆଜି (ସୋମବାର) ୫ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ କରିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ । ଏହି କେନ୍ଦ୍ର-ରାଜ୍ୟ ସମୀକ୍ଷା ବୈଠକ ଭର୍ଚ୍ଚୁଆଲି ଅନୁଷ୍ଠିତ ହେବ । ସମୀକ୍ଷା ବୈଠକରେ ସାମିଲ ହେବାକୁ ଥିବା ରାଜ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ର, ରାଜସ୍ଥାନ, ମଧ୍ୟପ୍ରଦେଶ, ଗୋଆ, ଗୁଜୁରାଟ ଥିବାବେଳେ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ନାଗର ହାବେଳି ଏବଂ ଡାମନ ଡ୍ୟୁ ରହିଥିବା ସୂତ୍ରରୁ ଜଣାପଡିଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏକ ଉଚ୍ଚ ସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଦେଶର କୋଭିଡ ସ୍ଥିତି, ସ୍ୱାସ୍ଥ୍ୟ ଭିତ୍ତିଭୂମି ତଥା ଜରୁରୀ ସାମଗ୍ରୀର ଉପଲବ୍ଧତା ସମ୍ପର୍କରେ ସମୀକ୍ଷା କରିଥିଲେ । ସେହିପରି ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଥିଲେ ।
ଏହା ମଧ୍ୟ ପଢନ୍ତୁ:-Covid Scare: ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଆରମ୍ଭ