ଓଡିଶା

odisha

ETV Bharat / bharat

ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ: କେନ୍ଦ୍ର ଆଇନ ମନ୍ତ୍ରୀଙ୍କ ଚିଠି ପରେ ପ୍ରକ୍ରିୟା ଆରମ୍ଭ କଲା ରାଜ୍ୟ - ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ୱତନ୍ତ୍ର ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗରେ କେନ୍ଦ୍ରର ଚିଠି ପରେ ପ୍ରକ୍ରିୟା ଆରମ୍ଭ କଲେ ରାଜ୍ୟ ସରକାର । ଅଧିକ ପଢନ୍ତୁ

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର ଆଇନ ମନ୍ତ୍ରୀଙ୍କ ଚିଠି ପରେ ପ୍ରକ୍ରିୟା ଆରମ୍ଭ କଲା ରାଜ୍ୟ
ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର ଆଇନ ମନ୍ତ୍ରୀଙ୍କ ଚିଠି ପରେ ପ୍ରକ୍ରିୟା ଆରମ୍ଭ କଲା ରାଜ୍ୟ

By

Published : May 1, 2022, 8:30 PM IST

ଭୁବନେଶ୍ବର: ଶିଥଳି ଯାଇଥିବା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ୱତନ୍ତ୍ର ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗ ପୁଣି ଉଷ୍ମତା ଭରିଛି । କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜ୍ଜୁ ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପରେ ରାଜ୍ୟ ସରକାର ଏନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଓଡିଶା ଆଇନ ବିଭାଗର ଅଣ୍ଡର ସେକ୍ରେଟେରୀ ଦସ୍ମତ ମାରାଣ୍ଡି ଓଡିଶା ଉଚ୍ଚ ନ୍ୟାୟାଳର ସ୍ବତନ୍ତ୍ର ଅଧିକାରୀ ଓ ଗୃହ ବିଭାଗର ସଚିବଙ୍କୁ ଚିଠି ଲେଖିଛନ୍ତି । ସ୍ଥାୟୀ ବେଞ୍ଚ ସ୍ଥାପନ ପାଇଁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସମ୍ମତି ସହ ପୂର୍ଣ୍ଣାଙ୍ଗ ପ୍ରସ୍ତାବ ପଠାଇଲେ କେନ୍ଦ୍ର ସରକାର ଏନେଇ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ ଚିଠିରେ ଦର୍ଶାଇଥିଲେ ।

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର ଆଇନ ମନ୍ତ୍ରୀଙ୍କ ଚିଠି ପରେ ପ୍ରକ୍ରିୟା ଆରମ୍ଭ କଲା ରାଜ୍ୟ
ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର ଆଇନ ମନ୍ତ୍ରୀଙ୍କ ଚିଠି ପରେ ପ୍ରକ୍ରିୟା ଆରମ୍ଭ କଲା ରାଜ୍ୟ

ରାଜନୈତିକ ପଶାପାଲିର ମୋହରା ସାଜିଛି ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଦାବି । ଦୀର୍ଘ ବର୍ଷ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାବାସୀଙ୍କ ଦାବି ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି । ଦୁଇ ଦଶନ୍ଧି ଧରି ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗରେ କେନ୍ଦ୍ର- ରାଜ୍ୟ ସରକାରଙ୍କ ଦୋଷ ଲଦାଲଦି ଭିତରେ ସମସ୍ୟାରେ ଜୁଝୁଛନ୍ତୁ ଜନତା । ତେବେ ଏହି ମର୍ମରେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜ୍ଜୁ ଏପ୍ରିଲ 7 ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ସ୍ଥାୟୀ ବେଞ୍ଚ ସ୍ଥାପନ ନିମନ୍ତେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସମ୍ମତି ସହ ପୂର୍ଣ୍ଣାଙ୍ଗ ପ୍ରସ୍ତାବ ପଠାଇବାକୁ କହିଛନ୍ତି । ରାଜ୍ୟ ପ୍ରସ୍ତାବ ଦେଲେ କେନ୍ଦ୍ର ସରକାର ଏନେଇ ଆବଶ୍ୟକ ପଦକ୍ଷେପ ନେବେ ବୋଲି ସେ ଚିଠିରେ ଦର୍ଶାଇଛନ୍ତି ।



ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ 2018 ସେପ୍ଟେମ୍ବର 10 ତାରିଖରେ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖି ଓଡ଼ିଶାର ଦାବି ଉପସ୍ଥାପନ କରିଥିଲେ । କେନ୍ଦ୍ର ଆଇନମନ୍ତ୍ରୀ କିରଣ ରିଜୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଯଶବନ୍ତ ସିଂ କମିଶନଙ୍କ ସୁପାରିସ୍ ଓ ସୁପ୍ରିମ କୋର୍ଟଙ୍କ ରାୟ ଆଧାରରେ ପ୍ରସ୍ତାବ ପଠାଇବା ନିମନ୍ତେ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ 2018 ରେ ସ୍ଥାୟୀ ବେଞ୍ଚ ସ୍ଥାପନକୁ ନେଇ ଯେଉଁ ପ୍ରସ୍ତାବ ଦେଇଥିଲେ ତାହା ଅସମ୍ପୂର୍ଣ୍ଣ । ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସହ ବିଚାର ବିମର୍ଶ କରି ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେବା ଉଚିତ୍ ବୋଲି କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ।

ସେହିପରି ସ୍ଥାୟୀ ବେଞ୍ଚ ଯେଉଁଠି ସ୍ଥାପନ ହେବ ସେହି ଜମି, କୋଠା, ବିଚାରପତି ଓ କର୍ମଚାରୀମାନଙ୍କ ପାଇଁ ଆବାସିକ ସୁବିଧା, ଦୈନନ୍ଦିନ ପ୍ରଶାସନିକ ଖର୍ଚ୍ଚ ଆଦି ସଂକ୍ରାନ୍ତରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସମ୍ମତି ଆଣି ପ୍ରସ୍ତାବ ପଠାଇବାକୁ ସେ ଅନୁରୋଧ କରିଛନ୍ତି । ଯାହାଫଳରେ କେନ୍ଦ୍ର ସରକାର ଆବଶ୍ୟକ ପଦକ୍ଷେପ ନେଇପାରିବେ ବୋଲି ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details