ଭୁବନେଶ୍ବର: ସାମୁଦ୍ରିକ ଝଡ ଫନିରେ ଧ୍ବସ୍ତ ବିଧ୍ବସ୍ଥ ହୋଇପଡିଥିବା ପୁରୀ ସମେତ ସମଗ୍ର ଉପକୂଳ ଓଡିଶାର ସ୍ଥିତି ସମୀକ୍ଷା ପାଇଁ ଆସନ୍ତା କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସୁଛନ୍ତି ।
ପ୍ରଧାନମନ୍ତ୍ରୀ ପ୍ରଥମେ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ । ଏହାପରେ ପ୍ରଧାନମନ୍ତ୍ରୀ ବିମାନ ବନ୍ଦରରେ ରାଜ୍ୟ ସରକାରଙ୍କ ସହ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେବ ।
ଏହି ବୈଠକରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ସାମିଲ ହେବେ । ଆସନ୍ତା କାଲି ସକାଳ 8ଟାରେ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ ବୋଲି ପିଏମଓ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି । ସୂଚନା ଯୋଗ୍ୟଯେ, ଫନି ଆସିବା ପୂର୍ବରୁ କେନ୍ଦ୍ର ସରକାର ପ୍ରଭାବିତ ରାଜ୍ୟଙ୍କୁ ଆଗୁଆ ପ୍ରାଥମିକ ସହାୟତା ଯୋଗାଇ ଦେଇଛନ୍ତି ଯେଉଁଥିରେ ଓଡିଶାକୁ 3 ଶହ କୋଟି ଟଙ୍କା ମିଳିଛି।
ଭୁବନେଶ୍ବରରୁ ଅଜିତ ଦାସ, ଇଟିଭି ଭାରତ