ବାଲେଶ୍ବର: ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡ ସାରା ରାଜ୍ୟରେ ଚହଳ ସୃଷ୍ଟି କରିଛି । ପ୍ରମୁଖ ରାଜନୈତିକ ଦଳ ଓ ସାମାଜିକ ସଂଗଠନ ଏହାର ତଦନ୍ତ ଓ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରୁଛନ୍ତି । ଏହି କ୍ରମରେ ମହିଳା କଂଗ୍ରେସ ପକ୍ଷରୁ ମଧ୍ୟ ବାଲେଶ୍ବର ଏସପି କାର୍ଯ୍ୟାଳୟ ସମ୍ମୁଖରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ରହିଥିବା ନେଇ ଅଭିଯୋଗ ହୋଇଛି ।
ଏଥିପାଇଁ ମନ୍ତ୍ରୀଙ୍କ ବହିଷ୍କାର ଦାବି କରିଛି ମହିଳା କଂଗ୍ରେସ । ବାଲେଶ୍ଵରରେ ମଧ୍ୟ ଏହି ଘଟଣାକୁ ନିନ୍ଦା କରାଯାଇଛି । ମନ୍ତ୍ରୀ ଦିବ୍ଯଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗରେ ତାଙ୍କୁ ପଦରୁ ବହିଷ୍କାର ଦାବି ଜୋର ଧରିବାରେ ଲାଗିଛି । ବାଲେଶ୍ଵର SPଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଘଟଣାରେ ସିବିଆଇ ତଦନ୍ତ ମଧ୍ୟ ଦାବି ହୋଇଛି ।