ଓଡିଶା

odisha

ETV Bharat / city

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବୁଧବାର ସକାଳେ ମୟୂରଭଞ୍ଜ ଜିଲ୍ଲା  ଉଦଳା ଥାନା ଅଧିନସ୍ଥ  ଅଣ୍ଡିଆମୁଣ୍ଡ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା  ମୃତଦେହ ଉଦ୍ଧାର କରାଯାଇଛି ।

By

Published : Aug 29, 2019, 4:55 PM IST

ଫଟୋ ସୌଜନ୍ୟ:ସମ୍ବାଦଦାତା, ମୟୂରଭଞ୍ଜ

ବାରିପଦା: ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅଧିନସ୍ଥ ଅଣ୍ଡିଆମୁଣ୍ଡ ଗ୍ରାମରେ ।

ଭିଡିଓ ସୌଜନ୍ୟ:ସମ୍ବାଦଦାତା, ମୟୂରଭଞ୍ଜ

ସୂଚନା ଅନୁଯାୟୀ, ବୁଧବାର ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ସେଠାରେ ଥିବା ଏକ ଗଛରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ । ଏହାପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବା ପରେ କୁଣ୍ଡାବାଇ ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଝୁଲନ୍ତା ମୃତଦେହ ଉଦ୍ଧାର କରିଥିଲେ ।

ତେବେ ମୃତକଙ୍କ ପରିଚୟ ଅସ୍ପଷ୍ଟ ଥିବାବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।


ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ABOUT THE AUTHOR

...view details