ଓଡିଶା

odisha

ETV Bharat / city

ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ - ବ୍ରହ୍ମପୁର ଏମକେସିଜି ମେଡିକାଲ

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଥାନାରେ ଅଟକ ଥିବା ଜଣେ ବ୍ୟକ୍ତି ଆତ୍ମହତ୍ୟା କରିବାକୁ ଉଦ୍ୟମ କରି ଗୁରୁତର ହୋଇଛନ୍ତି ।

ଫଟୋ ସୌଜନ୍ୟ:ସମ୍ବାଦଦାତା, ବ୍ରହ୍ମପୁର

By

Published : Aug 14, 2019, 9:51 AM IST

ବ୍ରହ୍ମପୁର: ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଥାନାରେ ଅଟକ ଥିବା ଜଣେ ବ୍ୟକ୍ତି ଆତ୍ମହତ୍ୟା କରିବାକୁ ଉଦ୍ୟମ କରି ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତି ଜଣକ ହେଲେ ଶିବ ପାତ୍ର । ସେ ୨୦୧୬ ମସିହାରେ ଏକ ହତ୍ୟା ମାମଲାରେ ସପୃକ୍ତଥିବା ପୋଲିସ ତଦନ୍ତରୁ ଜାଣିପାରି ଶିବଙ୍କୁ ବିଭିନ୍ନ ସ୍ଥାନରେ ଖୋଜୁଥିଲା ।

ତେବେ ସେ ନିଜ ଗ୍ରାମକୁ ଆସିଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିଲା । ପୋଲିସ ଶିବକୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରୁଥିବା ସମୟରେ ସେ ଶୌଚାଳୟ ଯିବାର ବାହାନା କରି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପୋଲିସ ଜାଣିପାରି ଶିବଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ABOUT THE AUTHOR

...view details