ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ଦିବ୍ୟଜ୍ୟୋତି ପରିଡ଼ା । ଆଜି(ସୋମବାର) ପୂର୍ବତନ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଠାରୁ ସେ ଏହି ଦାୟିତ୍ଵ ଗ୍ରହଣ କରିଛନ୍ତି । ନୂତନ ଜିଲ୍ଲାପାଳ ଭାବେ ଯୋଗ ଦେବା ପରେ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀଙ୍କ ପକ୍ଷରୁ ସ୍ବାଗତ କରାଯିବା ସହ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରାଯାଇଥିଲା ।
ନୂତନ ଜିଲ୍ଲାପାଳ ଭାବେ ଯୋଗ ଦେବା ପରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା କହିଛନ୍ତି ଯେ,"ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି କରିବା ସହ ବିଭିନ୍ନ ବିଭାଗ ସହ ସମନ୍ବୟ ରଖାଯାଇ କାର୍ଯ୍ୟ କରାଯିବ । ଜିଲ୍ଲାବାସୀ କିଭଳି ସମସ୍ତ ପ୍ରକାରର ସରକାରୀ ସୁବିଧା ପାଇପାରିବେ ସେ ନେଇ ଦୃଷ୍ଟି ଦେବି ।"