ଓଡିଶା

odisha

By

Published : Mar 10, 2022, 10:36 PM IST

ETV Bharat / city

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଗଞ୍ଜାମରେ ଆଗୁଆ ପଦକ୍ଷେପ

ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୁଷ୍ଟିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଆଗାମୀ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତ ପାଇଁ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା । ଅଧିକ ପଢନ୍ତୁ

Ganjam District Adminstration planning Preventive measures in summer
ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଗଞ୍ଜାମରେ ଆଗୁଆ ପଦକ୍ଷେପ

ବ୍ରହ୍ମପୁର: ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାରେ କିଭଳି ରହିବ ପୂର୍ବ ପ୍ରସ୍ତୁତି ପଦକ୍ଷେପ ସେ ନେଇ କରାଯାଇଛି ଗୁରୁତ୍ବପୂର୍ଣ୍ଣ ଆଲୋଚନା । ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୁଷ୍ଟିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଆଗାମୀ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତ ପାଇଁ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରାଯାଇଛି l ଚଳିତ ମାର୍ଚ୍ଚ, ଏପ୍ରିଲ ଓ ମଇ ମାସରେ ଗ୍ରୀଷ୍ଣ ପ୍ରବାହ ଅଂଶୁଘାତ ନିୟନ୍ତ୍ରଣ ପାଇଁ କିପରି ପ୍ରସ୍ତୁତି ହେବା ଆବଶ୍ୟକ ସେ ବିଷୟରେ ଜିଲ୍ଲାର ବିଭିନ୍ନ ଅଧିକାରୀମାନଙ୍କ ସହ ଆଲୋଚନା କରାଯାଇଥିଲା । ଚଳିତ ବର୍ଷର ପ୍ରଥମାର୍ଦ୍ଧରୁ ହିଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜିଲ୍ଲାରେ ଆରମ୍ଭ ହୋଇଥିବା ବେଳେ ଆଗକୁ ଏହା ଆହୁରି ତୀବ୍ର ରୂପ ନେବାର ଆଶଙ୍କା ରହିଛି । ତେଣୁ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଗଞ୍ଜାମରେ ଆଗୁଆ ପଦକ୍ଷେପ

ସ୍ବାସ୍ଥ୍ୟ ବିଭାଗକୁ ଉପଯୁକ୍ତ ପରିମାଣର ଓଆରଏସ ପ୍ୟାକେଟ୍‌ ଓ ଔଷଧ ମହଜୁଦ ରଖିବା ସହିତ ସଜାଗ ରହିବାକୁ କୁହାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଏକ ସ୍ବତନ୍ତ୍ର ଅଂଶୁଘାତ କକ୍ଷ କରାଯିବା ସହ ଅଂଶୁଘାତ ରୋଗୀଙ୍କ ପାଇଁ ସମସ୍ତ ପ୍ରକାର ଆଶୁ ଚିକିତ୍ସା ବ୍ୟବସ୍ଥାକୁ ତ୍ବରାନ୍ବିତ କରିବା ପାଇଁ ବୈଠକରେ ପରାମର୍ଶ ଦିଆଯାଇଛି । ସେହିପରି ବିଭିନ୍ନ ଗ୍ରାମାଞ୍ଚଳ, ପୌରପରିଷଦ, ବ୍ଲକ,ଏନ୍‌ଏସି ପକ୍ଷରୁ ଜଳଛତ୍ର ମାନ ଖୋଲାଯିବାକୁ ମଧ୍ୟ ଆଲୋଚନା ହୋଇଛି । ଜିଲ୍ଲାର ସମସ୍ତ ଦର୍ଶନୀୟ ସ୍ଥାନ ଗୁଡିକରେ ପାନୀୟ ଜଳ ବ୍ୟବସ୍ଥା କରାଯିବ l ଖରାପ ନଳକୂପ ତୁରନ୍ତ ମରାମତି କରାଯିବାକୁ କୁହାଯାଇଛି l ସେହିପରି ମଧ୍ୟାହ୍ନ ସମୟରେ ବାହାରେ ବୁଲିବା ବେଳେ ପାଣି ବୋତଲ, ଛତା, ଟୋପି ତଥା ଓଦା କପଡା ଇତ୍ୟାଦି ମୁଣ୍ଡରେ ପକାଇ ଯାତାୟତ କରିବା ଏବଂ ଏ ନେଇ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ବ୍ୟାପକ ସଚେତନ କରାଇବାକୁ ମଧ୍ୟ ବିଭିନ୍ନ ବ୍ୟବସ୍ଥା ପାଇଁ ଆଲୋଚନା ହୋଇଥିଲା ।

ଗ୍ରୀଷ୍ମ ଦିନେ ବିଶେଷ କରି ପାନୀୟଜଳ ସମସ୍ୟା ଯେପରି ନ ଉପୁଜେ, ବିଦ୍ୟୁତ ବିଭ୍ରାଟ କିପରି ନ ଘଟେ, ପଶୁ ମାନଙ୍କ ଯତ୍ନ ନେବା, ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼ଲାଇନ ଅନୁଯାୟୀ ସକାଳ ସମୟରେ ଖୋଲିବା, ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା, ଶ୍ରମିକ ମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ପରିବର୍ତ୍ତନ କରିବା, ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ସେହିପରି ଅଂଶୁଘାତରେ କାହାର ମୃତ୍ୟୁ ଘଟେ ତେବେ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏହି ବୈଠକରେ ବ୍ରହ୍ମପୁର ଉପଜିଲ୍ଲାପାଳ ଭି. କୀର୍ତ୍ତୀ ଭାସନ, ଛତ୍ରପୁର ଉପଜିଲ୍ଲାପାଳ ନୀଳମାଧବ ଭୋଇ, ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼କ୍ଟର ଉମାଶଙ୍କର ମିଶ୍ର ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସମେତ ଜିଲ୍ଲାର ସମସ୍ତ ତହସିଲଦାର, ଗୋଷ୍ଠୀ ଉନୟନ ଅଧିକାରୀ ସହ ଲାଇନ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ରହିଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ABOUT THE AUTHOR

...view details