ଭୁବନେଶ୍ବର:ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତତସଂଲଗ୍ନ ଝାଡଖଣ୍ଡ ଅଞ୍ଚଳ ଉପରେ ସୁଦୃଶ-ଲଘୁଚାପ କ୍ଷେତ୍ର। ଗତକାଲି ସୁଦୃଶ -ଲଘୁଚାପ ଶୁକ୍ରବାର ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତତ -ସଂଲଗ୍ନ ଝାଡ଼ଖଣ୍ଡ ଅଞ୍ଚଳ ଉପରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ ଉଚ୍ଚତା ଯାଏଁ ବ୍ୟାପିଛି।
ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ବିହାର ଏବଂ ଉତ୍ତର ପ୍ରଦେଶ ର ଦକ୍ଷିଣ ଭାଗ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ଶନିବାର ,ସକାଳ ୮.୩୦ ମଧ୍ୟରେ ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।