ଓଡିଶା

odisha

ETV Bharat / city

22 ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା - ଆଞ୍ଚଳିକ ପାଣିପାଗ କେନ୍ଦ୍ର

ରାଜ୍ୟରେ 22 ଜିଲ୍ଲାରେ ଲାଗି ରହିବ ବିଜୁଳି ଘଡଘଡି ସହ ବର୍ଷା । ସୂଚନା ଦେଲା ପାଣିପାଗ ବିଭାଗ ।

ଫଟୋ ସୌଜନ୍ୟ: ବ୍ୟୁରୋଚିଫ, ଭୁବନୋଶ୍ବର

By

Published : Jul 17, 2019, 4:44 PM IST

ଭୁବନେଶ୍ବର: ରାଜ୍ୟକୁ ଛାଡୁନାହିଁ ବଜ୍ରପାତ ଭୟ । ପାଣିପାଗ ବିଭାଗ ବୁଧବାର ଏନେଇ ପୁଣିଥରେ ସତର୍କ ସୂଚନା ଦେଇଛି । ଆଗାମୀ 5 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ରହିଛି । ଜଗତସିଂହପୁର, କଟକ, ଯାଜପୁର, ସୁନ୍ଦରଗଡ, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେଉଁଝର, ମୟୂରଭଞ୍ଜ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା ଆଦି ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଭୁବନେଶ୍ବରରୁ ଅଜିତ ଦାଶ, ଇଟିଭି ଭାରତ

ABOUT THE AUTHOR

...view details