ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ବୈଠକ ଶେଷ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । 3ଟି ପ୍ରସ୍ତାବକୁ ମଞ୍ଜୁରୀ ।
ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ 3ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ବାଲେଶ୍ବର ଜିଲ୍ଲାର ସୁବର୍ଣ୍ଣରେଖା ନଦୀରେ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି । ସେତୁ ନିର୍ମାଣ ପାଇଁ 138 କୋଟି 74 ଲକ୍ଷ 48 ହଜାର ଟଙ୍କା ବଜେଟ ହୋଇଛି । 30 ମାସ ଭିତରେ ସେତୁ ନିର୍ମାଣ କାମ ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି ।