ଓଡିଶା

odisha

By

Published : Jan 7, 2022, 7:41 PM IST

ETV Bharat / city

୩୧ ଲକ୍ଷ ପରିବାର ପାଇଲେ ୧୪୪୪ କୋଟି ଟଙ୍କାର ସହାୟତା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀ ମାନଙ୍କୁ ୩୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି । ଅଧିକ ପଢ଼ନ୍ତୁ

୩୧ ଲକ୍ଷ ପରିବାର ପାଇଲେ ୧୪୪୪ କୋଟି ଟଙ୍କାର ସହାୟତା
୩୧ ଲକ୍ଷ ପରିବାର ପାଇଲେ ୧୪୪୪ କୋଟି ଟଙ୍କାର ସହାୟତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀ ମାନଙ୍କୁ ୩୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି । ରାଜ୍ୟର ସମୁଦାୟ ୩୧ ଲକ୍ଷ ପରିବାରକୁ ୧୪୪୪ କୋଟି ଟଙ୍କାର ସହାୟତା ଦିଆଯାଇଛି । ଏହି ସହାୟତା ହିତାଧିକାରୀମାନଙ୍କୁ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ଗୃହ ନିର୍ମାଣ ଯୋଜନାର ହିତାଧିକାରୀମାନଙ୍କୁ ଘର ମରାମତି ପାଇଁ ଆର୍ଥିକ ସହାୟତା ଦିଆଯାଉଛି । ଗତ ଡିସେମ୍ବର ୨୧ ତାରିଖ ଦିନ ରାଜ୍ୟ କ୍ୟାବିନେଟ୍‌ରେ ଘର ମରାମତି ସହାୟତା ବିଷୟରେ ନିଷ୍ପତ୍ତି କରାଯାଇଥିଲା । ନିଷ୍ପତ୍ତିର ୧୫ ଦିନ ମଧ୍ୟରେ ଆଜି ହିତାଧିକାରୀ ମାନଙ୍କୁ ସହାୟତା ଦିଆଯାଇଛି ।

୨୦୧୪ରେ ରାଜ୍ୟ କ୍ୟାବିନେଟ୍‌ର ପ୍ରଥମ ବୈଠକରେ ରାଜ୍ୟର ସବୁ କଚ୍ଚା ଘରକୁ ପକ୍କା ଘର କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ରାଜ୍ୟବାସୀଙ୍କୁ ଦେଇଥିବା କଥା ଅନୁଯାୟୀ ଆମେ କାମ କରାଯାଉଛି । ୨୦୧୪ରୁ ଆଜି ପର୍ଯ୍ୟନ୍ତ ୩୧ ଲକ୍ଷ ପରିବାରକୁ ପକ୍‌କା ଘର ଯୋଗାଇ ଦିଆଯାଇଛି । ରାଜ୍ୟର ଶେଷ କଚ୍ଚା ଘରକୁ ପକ୍‌କା ନ କରିବା ପର୍ଯ୍ୟନ୍ତ ଏହି ଉଦ୍ୟମ ଜାରି ରହିବ । ଘର ସହ ଘର ମରାମତି ମଧ୍ୟ ଗୁରୁତ୍ବପୂର୍ଣ୍ଣ । ତେଣୁ ଘରର ମରାମତି ପାଇଁ ଆଜି ୩ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଗଲା । ସବୁ ଗ୍ରାମୀଣ ପକ୍‌କା ଘର ଯୋଜନାର ହିତାଧିକାରୀମାନେ ଏହି ସହାୟତା ପାଇବେ । ଏହାକୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲୋକଙ୍କୁ ଦେଇଥିବା କଥା ଆମେ ରଖିଛୁ ।

କେନ୍ଦ୍ର ଯୋଜନାରେ ଲୋକଙ୍କୁ ଘର ମିଳୁ ନଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଫନି ବାତ୍ୟା ସମୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବହୁ ଲୋକଙ୍କ ଘର ଭାଙ୍ଗି ଯାଇଥିଲା । ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ଅପେକ୍ଷା କରି ରହିଛନ୍ତି । ଏ ବିଷୟରେ ରାଜ୍ୟ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରାଯାଉଛି । ତା ସହିତ ଦକ୍ଷିଣ ଓ ପଶ୍ଚିମ ଓଡିଶାର ଜନଜାତି ଭାଇଭଉଣୀ କେନ୍ଦ୍ରୀୟ ଯୋଜନାରେ ଘର ପାଇବା ପାଇଁ ଚାହିଁଛନ୍ତି । ସେମାନେ ବର୍ତ୍ତମାନ ଯେଉଁ ଭଙ୍ଗା ଘରେ ରହୁଛନ୍ତି, ତାର ମରାମତି ପାଇଁ ୫୦୦୦ ଟଙ୍କା ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟର ତଥ୍ୟ ଆମେ ସଂଗ୍ରହ କରାଯାଉଛି ଏବଂ ଖୁବଶୀଘ୍ର ସେମାନଙ୍କୁ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଗାଁର ଗରିବ ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ନିର୍ଦ୍ଦେଶ ଦେଇଆସିଛନ୍ତି । ଆଜି ଘର ମରାମତି ପାଇଁ ମଧ୍ୟ ସହାୟତା ଦିଆଗଲା ବୋଲି କହିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା । କାର୍ଯ୍ୟକ୍ରମରେ 5ଟି ସଚିବ ଭି.କେ. ପାଣ୍ଡିଆନ, ପଞ୍ଚାୟତି ବିଭାଗର ପ୍ରମୁଖ ସଚିବ ଅଶୋକ ମୀନା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଏବଂ ଜିଲ୍ଲାର ଜିଲ୍ଲାପାଳ ମାନେ ଯୋଗ ଦେଇଥିଲେ ।

ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details