ଓଡିଶା

odisha

ETV Bharat / city

11 ଓଡିଆ ପୋଲିସଙ୍କୁ ରାଷ୍ଟ୍ରପତି ପଦକ - ୩୯ ଜଣ ପୋଲିସ କର୍ମଚାରୀ ପାଇବେ ପଦକ

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ସମ୍ମାନିତ ହେବେ ୩୯ ପୋଲିସ କର୍ମଚାରୀ । ଜୟଦେବ ଭବନରେ ଦିନ 11.30ରେ ମୁଖ୍ୟମନ୍ତ୍ରୀ କରିବେ ସମ୍ମାନିତ ।

ପ୍ରତିକାତ୍ମକ ଫଟୋ

By

Published : Aug 14, 2019, 3:28 PM IST

ଭୁବନେଶ୍ବର: ସ୍ୱାଧୀନତା ଦିବସ ଅବସରରେ ଅଗ୍ନିସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ ।

ଫଟୋ ସୌଜନ୍ୟ: ବ୍ୟୁରୋ ଚିଫ୍‌, ଭୁବନେଶ୍ବର

ଚଳିତ ବର୍ଷ ସ୍ୱାଧୀନତା ଦିବସ ଅବସରରେ ଅଗ୍ନିସେବା, ହୋମଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବ । ଏମାନଙ୍କ ମଧ୍ୟରୁ ଅଗ୍ନିସେବା କ୍ଷେତ୍ରରେ ବିଶିଷ୍ଟ ସେବା ପାଇଁ ଭାରତ ଭୂଷଣ ନାୟକ ଏହି ପୁରସ୍କାର ପାଇବେ ଓ ଏହି କ୍ଷେତ୍ରରେ ପ୍ରଶଂସନୀୟ ସେବା ପାଇଁ ତ୍ରିଲୋକ କୁମାର ବାବୁ, ଗୁଣଧର ଜେନା, ଦୟାନିଧି ମିଶ୍ର, ନିରଞ୍ଜନ ମନ୍ତ୍ରୀ, ବିଜୟ ନାରାୟଣ ପଣ୍ଡା ଓ ସର୍ବେଶ୍ୱର ମହାରଣାଙ୍କୁ ରାଷ୍ଟ୍ରପତି ପଦକ ମିଳିବ ।

ହୋମଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ପ୍ରଶଂସନୀୟ ସେବା ପାଇଁ ଅରୁଣ କୁମାର ଜେନା, ଏନ ରାଜେନ୍ଦ୍ର ଦୋରା, ରମେଶ ଚନ୍ଦ୍ର ମହାନ୍ତି ଏବଂ ଲିଲି ପୃଷ୍ଟିଙ୍କୁ ଏହି ସମ୍ମାନ ମିଳିବ । ଚଳିତ ବର୍ଷ ୫୬ ଜଣ ବ୍ୟକ୍ତିଙ୍କୁ ଅଗ୍ନି ସେବା କ୍ଷେତ୍ରରେ ପୁରସ୍କୃତ କରାଯିବ । ଏଥିମଧ୍ୟରୁ ବୀରତା ପାଇଁ ଜଣଙ୍କୁ, ବିଶେଷ ସେବା ପାଇଁ ୮ ଜଣଙ୍କୁ ଏବଂ ପ୍ରଶଂସନୀୟ ସେବା ପାଇଁ ୪୭ ଜଣଙ୍କୁ ପୁରସ୍କୃତ କରାଯିବ ।

ହୋମଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ୪୪ ଜଣ ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ । ଏମାନଙ୍କ ମଧ୍ୟରୁ ବିଶେଷ ସେବା ପାଇଁ ୮ ଜଣ ଏବଂ ପ୍ରଶଂସନୀୟ ସେବା ପାଇଁ ୩୬ ଜଣ ରାଷ୍ଟ୍ରପତିଙ୍କ ଠାରୁ ପଦକ ପାଇବେ ।

ଭୁବନେଶ୍ବରରୁ ଅଜିତ୍‌ ଦାଶ, ଇଟିଭି ଭାରତ

ABOUT THE AUTHOR

...view details