ଓଡିଶା

odisha

By

Published : Oct 1, 2021, 10:35 AM IST

ETV Bharat / city

ଦିନକରେ ଆଖି ବୁଜିଲେ ୪ କୋରୋନା ଆକ୍ରାନ୍ତ

ଗତ ୨୪ ଘଣ୍ଟା ମଧ୍ୟରେ ପୁଣି 4 ଜଣଙ୍କ ମୁଣ୍ଡ ନେଲା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ...

STATE CORONA DEATH ; ଦିନକରେ ଆଖି ବୁଜିଲେ ୪ କୋରୋନା ଆକ୍ରାନ୍ତ
STATE CORONA DEATH ; ଦିନକରେ ଆଖି ବୁଜିଲେ ୪ କୋରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଖସିଛି ସଂକ୍ରମଣ । ମୃତ୍ୟୁ ସଂଖ୍ୟା ବି କମିଛି । ଗତ କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଆଜି(ଶୁକ୍ରବାର) ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ନୟାଗଡ, ଜଗତସିଂହପୁର, ମୟୂରଭଞ୍ଜ ଓ କଟକରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୪ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୯୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୦୩୪୨୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ABOUT THE AUTHOR

...view details