ଭୁବନେଶ୍ବର: ଆଜିବି କ୍ରମଶଃ ହ୍ରାସ ପାଇବାରେ ଲାଗିଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୮ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୨୬୦ ଜଣ ଥିବାବେଳେ ୧୮୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
STATE CORONA: ଦିନକରେ ୪୪୭ ଆକ୍ରାନ୍ତ ଚିହ୍ନଟ, ୭୮ ଶିଶୁ ପଜିଟିଭ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୭ କୋରୋନା ପଜିଟିଭ ଚିହ୍ନଟ । ୭୮ ଶିଶୁ ପଜିଟିଭ ଚିହ୍ନଟ । ଅଧିକ ପଢନ୍ତୁ...
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଜଣ ଥିବାବେଳେ ଅନୁଗୋଳରୁ ୩, ବାଲେଶ୍ବରରୁ ୧୩, ବରଗଡରୁ ୧, ଭଦ୍ରକରୁ ୨, ବଲାଙ୍ଗୀରରୁ ୧, କଟକରୁ ୬୨, ଦେବଗଡରୁ ୨, ଢେଙ୍କାନାଳରୁ ୪, ଗଜପତିରୁ ୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧୨, ଯାଜପୁରରୁ ୧୧, ଝାରସୁଗୁଡା ୧, କେନ୍ଦ୍ରାପଡ଼ାରୁ ୮, କୋରାପୁଟରୁ ୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୭, ନୟାଗଡରୁ ୫, ନୂଆପଡାରୁ ୨, ପୁରୀ ୮, ରାୟଗଡାରୁ ୩୧, ସମ୍ବଲପୁରରୁ ୨୪, ସୁନ୍ଦରଗଡ଼ରୁ ୫, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲ୍ରୁ ୪୩ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୪୧୧ରେ ପହଞ୍ଚିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ