ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ଧରି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ବୃଦ୍ଧି ଲାଗି ରହିଥିବା ବେଳେ ଏପଟେ ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ୩୦୮୭ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 9 ଜଣ ରହିଥିବା ବେଳେ ନୟାଗଡ ଓ ପୁରୀରୁ ୫ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୋଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ ରହିଛନ୍ତି । ଏହାସହ ବାଲେଶ୍ବର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।