ଭୁବନେଶ୍ବର: 'ମୋ ସରକାର'ରେ ଏକକାଳୀନ ଭାବେ ସାମିଲ ହେଲା 5ଟି ବିଭାଗ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ 5ଟି ବିଭାଗ ସାମିଲ ହୋଇଛି ।
'ମୋ ସରକାର'ରେ ସାମିଲ ହେଲା 5ଟି ବିଭାଗ
'ମୋ ସରକାର'ରେ ସାମିଲ ହେଲା ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ, ପର୍ଯ୍ୟଟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ବିଭାଗ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ କରିଛନ୍ତି ଏହି 5ଟି ବିଭାଗକୁ ।
ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ, ପର୍ଯ୍ୟଟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଏହି 5ଟି ବିଭାଗକୁ 'ମୋ ସରକାର'ରେ ସାମିଲ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅଶୋକ ପଣ୍ଡା, ତୁଷାରକାନ୍ତି ବେହେରା, ରଘୁନନ୍ଦନ ଦାସ ଉପସ୍ଥିତ ରହିଥିଲେ । ସେହିପରି ମୁଖ୍ୟଶାସନ ସଚିବ, ଉନ୍ନୟନ କମିଶନ , 5'ଟି' ସଚିବ ଭି.କେ ପାଣ୍ଡିଆନଙ୍କ ସହ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ରହିତିଲେ । କୌଶଳ ବିକାଶ ଉପଦେଷ୍ଟା ସୁବ୍ରତ ବାଗଚି, ସୂଚନା ଏବଂ ଲୋକସମ୍ପର୍କ ବିଭାଗର ଉପଦେଷ୍ଟା ମାନସ ମଙ୍ଗରାଜ, ଓଟିଡିସି ଚେୟାରମ୍ୟାନ ଶ୍ରୀମୟୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ