ଭୁବନେଶ୍ବର:ରାଜ୍ୟରେ ଖସିଛି ସଂକ୍ରମଣ । ମୃତ୍ୟୁ ସଂଖ୍ୟା ବି କମିଛି । ଗତ କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ଆଜି(ଶନିବାର) ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨ ଓ ସୁନ୍ଦରଗଡରୁ ୨ ଜଣଙ୍କ ମୁଣ୍ତ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୭ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।