ଓଡିଶା

odisha

ETV Bharat / city

ଆସନ୍ତା 5 ଦିନ କାଳବୈଶାଖୀ ବର୍ଷା ! 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଝଡବର୍ଷା ଓ ବଜ୍ରପାତ ନେଇ 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ଝଡବର୍ଷା ହେବା ସମ୍ଭାବନା ରହିଛି । ଅଧିକ ପଢନ୍ତୁ...

ବର୍ଷା ଆଲର୍ଟ !  8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ବର୍ଷା ଆଲର୍ଟ ! 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

By

Published : Apr 13, 2021, 7:54 PM IST

ଭୁବନେଶ୍ବର: ରାଜ୍ୟରେ ଝଡବର୍ଷା ଏବଂ ବଜ୍ରପାତ ନେଇ 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟିଏ -ଦୁଇଟି ସ୍ଥାନରେ ଓ ଦକ୍ଷିଣ ଉପକୂଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ ବର୍ଷା ସହ ବଜ୍ରପାତ ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆସନ୍ତା 5 ଦିନ କାଳବୈଶାଖୀ ବର୍ଷା ! 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଉତ୍ତର-ଦକ୍ଷିଣରେ ଏକ ଟ୍ରପଲାଇନ ଛତିଶଗଡ଼, ଝାଡଖଣ୍ଡ ହୋଇ ଓଡିଶା ପର୍ଯ୍ୟନ୍ତ ରହିଛି । ଏହାର ପ୍ରଭାବରେ ଆସନ୍ତା 5 ଦିନ କାଳବୈଶାଖୀ ବର୍ଷା ହେବା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ବୁଧବାର ମଧ୍ୟରେ 8 ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ ଓ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ମାଲକାନଗିରି ଜିଲ୍ଲା ମାଥିଲିରେ ସର୍ବାଧିକ ୩୨.୦ ମିମି ବର୍ଷା ରେକର୍ଡ ହୋଇଛି। ଲହୁଣୀପଡାରେ ୨୦.୦, ମହେନ୍ଦ୍ରଗଡ଼ରେ ୯.୪ ମିମି ବର୍ଷା ରେକର୍ଡ ହୋଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details