ଭୁବନେଶ୍ବର: ରାଜ୍ୟରେ ହ୍ରାସ ପାଉଛି କୋରୋନାର ଦୈନିକ ସଂକ୍ରମଣ । ଲଗାତର ୩ ଦିନ ବି ଏକ ହଜାର ତଳକୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୮ ବର୍ଷ ତଳକୁ ୧୦୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୪୯୬ ଓ ୩୫୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
STATE CORONA: ଦିନକରେ ୮୫୩ ପଜିଟିଭ ଚିହ୍ନଟ, ୧୦୦ ଶିଶୁ ଆକ୍ରାନ୍ତ - କୋରୋନା
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୮ ବର୍ଷ ତଳକୁ ୧୦୦ ଜଣ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ...
ସେହି ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୮୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୨୯, ବାଲେଶ୍ବରରୁ ୪୬, ବରଗଡ଼ରୁ ୧୨, ଭଦ୍ରକରୁ ୧୮, ବଲାଙ୍ଗୀରରୁ ୨, କଟକରୁ ୧୪୦, ଦେବଗଡ଼ରୁ ୧୩, ଢେଙ୍କାନାଳରୁ ୧୦, ଗଜପତିରୁ ୧, ଗଞ୍ଜାମରୁ ୧୧, ଜଗତସିଂହପୁରରୁ ୩୨, ଯାଜପୁରରୁ ୩୩, ଝାରସୁଗୁଡାରୁ ୨, କଳାହାଣ୍ତିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୧୬, କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୧, ନୟାଗଡ଼ରୁ ୨୨, ପୁରୀ ୩୫, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୯, ସୁନ୍ଦରଗଡ଼ରୁ ୧୨ ଏବଂ ଷ୍ଟେଟ ପୁଲ୍ରୁ ୫୯ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ