ଭୁବନେଶ୍ବର: ଆସନ୍ତା 18ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଥିବା ନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ (Bhubaneswar Meteorology Department) ସୂଚନା ଦେଇଛି । ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ସେହିପରି 20ରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ସୃଷ୍ଟ ଘୁର୍ଣ୍ଣିବଳୟ ଅବପାତର ରୂପ ନେବାର ଆଶଙ୍କା ରହିଥିବା ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ସେପଟେ ଆଜି ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ଗୁଜୁରାଟର ଅବଶିଷ୍ଟ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଅପସାରଣ ହୋଇଥିବାବେଳେ ବିହାର, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମହାରାଷ୍ଟ୍ରରୁ ଆଂଶିକ ଭାବେ ଅପସାରଣ ହୋଇଛି ।