ଓଡିଶା

odisha

ETV Bharat / city

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, 12 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ୟେଲୋ ୱାର୍ଣ୍ଣିଂ

ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖରେ ଲଘୁଚାପ ସୃଷ୍ଟି । ଏହାର ପ୍ରଭାବରେ ଆସନ୍ତାକାଲି 12 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଅଧିକ ପଢନ୍ତୁ...

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, 12 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, 12 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

By

Published : Jul 27, 2021, 3:56 PM IST

Updated : Jul 27, 2021, 7:20 PM IST

ଭୁବନେଶ୍ବର: ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖରେ ଆଜି(ମଙ୍ଗଳବାର) ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ବିଶେଷକରି ଆସନ୍ତାକାଲି(ବୁଧବାର) 12 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ସ୍ଥାନରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଗଷ୍ଟ 1 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

ବଙ୍ଗୋପସାଗରରେ ଲଘୁଚାପ, 12 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତାକାଲି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପାଣିପାଗ ବିଭାଗ ଆସନ୍ତାକାଲି(ବୁଧବାର)ଠୁ ପରଦିନ(ଗୁରୁବାର) ପାଇଁ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ ଓ ସୋନପୁରରେ 29 ତାରିଖରୁ 30 ତାରିଖ ଯାଏଁ ବିଜୁଳ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତା 30ରୁ 31 ତାରିଖ ମଧ୍ୟରେ ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ସମେତ ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର ଓ ବରଗଡରେ ମଧ୍ୟ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତା 31 ରୁ 1 ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର ଓ ବରଗଡରେ ହାଲୁକା ଓ ମଧ୍ୟମ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା 30 ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣ କରାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Jul 27, 2021, 7:20 PM IST

ABOUT THE AUTHOR

...view details