ଓଡିଶା

odisha

By

Published : Jun 15, 2020, 8:22 PM IST

ETV Bharat / city

ବୃଦ୍ଧାଙ୍କୁ ଖଟିଆରେ ଘୋଷାଡି ନେବା ଘଟଣା, ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ

ଶତାୟୁ ବୃଦ୍ଧା ମା କୁ ଖଟିଆରେ ଘୋଷାଡ଼ି ଘୋଷାଡ଼ି ନେବା ଘଟଣାକୁ ଗୁରୁତ୍ବର ଭାବେ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ନିର୍ଦ୍ଦେଶ ଦେଇଥିବା ବ୍ୟାଙ୍କ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି ସରକାର । ଅଧିକ ପଢନ୍ତୁ..

action-against-bank-manager-in-nuapada-case
action-against-bank-manager-in-nuapada-case

ଭୁବନେଶ୍ବର: ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ୍‌ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ବ୍ରାଞ୍ଚ ମ୍ୟାନେଜର ଅଜିତ୍‌ କୁମାର ପଧାନଙ୍କୁ ନିଲମ୍ବିତ କରାଯାଇଛି । ଜଣେ ଶତାୟୁ ବୃଦ୍ଧା ଲଭେ ବଘେଲ୍‌ଙ୍କୁ ଜନଧନ
ଯୋଜନାରେ ମିଳିଥିବା ଟଙ୍କା ଉଠାଣ ପାଇଁ ବ୍ୟକ୍ତିଗତ ଭାବେ ବ୍ୟାଙ୍କରେ ହାଜର ହେବା ନିମନ୍ତେ ବ୍ରାଞ୍ଚ ମ୍ୟାନେଜର ଅଜିତ କହିଥିଲେ । ଫଳରେ ଲଭେଙ୍କ ଝିଅ ପୁଞ୍ଜିମତୀ ଦେଈ(୬୦ ବର୍ଷ) ମା’ଙ୍କୁ ଏକ ଖଟିଆରେ ଘୋଷାଡ଼ି ଘୋଷାଡ଼ି ନେବା ଘଟଣା ଦୃଷ୍ଟିକୁ ଆସିଥିଲା ।

ଏହି ଦୁର୍ଭାଗ୍ୟଜନକ ଘଟଣାକୁ ରାଜ୍ୟ ସରକାର ଅତ୍ୟନ୍ତ ଗୁରୁତର ସହିତ ଗ୍ରହଣ କରି ଗତ ରବିବାର ଦିନ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷଙ୍କୁ ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅନୁରୋଧ କରିଥିଲେ । ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦ୍ୱାରା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ, ବରଗାଁ ବ୍ରାଞ୍ଚର ମ୍ୟାନେଜର ଅଜିତ ପଧାନଙ୍କୁ ତତ୍‌କାଳ ନିଲମ୍ବନ କରିଛନ୍ତି ଓ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details