ଭୁବନେଶ୍ବର:ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଓଡ଼ିଶାରେ କୃଷିର ସାମଗ୍ରିକ ବିକାଶ ପାଇଁ ପ୍ରଚେଷ୍ଟା ଜାରି ରହିବ । ଏହା କହିଛନ୍ତି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । କୃଷିମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଲୋକସଭା ଭବନରେ ବିଭାଗୀୟ ଅଧିକାରୀମାନଙ୍କ ସହ ମନ୍ତ୍ରୀ ପ୍ରଥମ ସମୀକ୍ଷା ବୈଠକ କରିଛନ୍ତି । ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଆର. ରଘୁପ୍ରସାଦ ଓ ଅନ୍ୟ ବରିଷ୍ଠ ଅଧ୍ୟାକାରୀମାନେ ମନ୍ତ୍ରୀଙ୍କୁ କୃଷିର ଉନ୍ନତିକରଣ ତଥା ବିଭିନ୍ନ ଯୋଜନା ବାବଦରେ ଅବଗତ କରାଇଛନ୍ତି ।
କୃଷିମନ୍ତ୍ରୀଙ୍କ ସମୀକ୍ଷା ବୈଠକ, କୃଷିର ସାମଗ୍ରିକ ବିକାଶ ଉପରେ ଗୁରୁତ୍ବାରୋପ - କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
କୃଷିମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ବିଭାଗୀୟ ଅଧିକାରୀଙ୍କ ସହ ପ୍ରଥମ ସମୀକ୍ଷା ବୈଠକ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । କୃଷି ଓ କୃଷକର ବିକାଶ ଉପରେ ଦେଲେ ଗୁରୁତ୍ବ । ଅଧିକ ପଢନ୍ତୁ
ମନ୍ତ୍ରୀ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ପରେ ମନ୍ତ୍ରୀ କୃଷି ଭବନ ପରିଦର୍ଶନ କରି ବରିଷ୍ଠ ଅଧିକାରୀମାନଙ୍କ ସହ ବିଭିନ୍ନ ନିର୍ଦ୍ଦେଶାଳୟର କାର୍ଯ୍ୟାବଳୀ ସମ୍ବନ୍ଧରେ ଅବଗତ ହୋଇଛନ୍ତି । ଏହି ଅବସରରେ ମନ୍ତ୍ରୀ ବର୍ତ୍ତମାନର କୃଷକ କଲ୍ୟାଣ ଯୋଜନାଗୁଡ଼ିକୁ ପ୍ରଭାବୀ ଢଙ୍ଗରେ କାର୍ଯ୍ୟକାରୀ କରିବା ସହ ଆବଶ୍ୟକତା ଅନୁଯାୟୀ ନୂତନ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିବାକୁ ପରାମର୍ଶ ଦେଇଛନ୍ତି । ଏହାସହ ସମନ୍ବିତ କୃଷି ବାବଦରେ ମନ୍ତ୍ରୀ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ.ଏମ. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ମୃତ୍ତିକା ସଂରକ୍ଷଣ ଏବଂ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା, କୃଷି ବିଭାଗର ସ୍ଵତନ୍ତ୍ର ସଚିବ ସଞ୍ଜୀବ ଚଢ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।