ଓଡିଶା

odisha

ETV Bharat / city

ଚକ୍ଷୁ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ଓଲିଉଡ ଅଭିନେତା ଆକାଶ - ଚକ୍ଷୁ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ଆକାଶ

ଜେରିଆଟ୍ରିକ୍ ସେଣ୍ଟରରେ ଚକ୍ଷୁ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ଓଲିଉଡ ଅଭିନେତା ଆକାଶ ଦାସ ନାୟକ । ଚାରିଟେବୁଲ ଟ୍ରଷ୍ଟର ଉପଦେଷ୍ଟା ଆକାଶ ଦାସନାୟକଙ୍କ ଜନ୍ମଦିନ ଶନିବାର ଥିଲା ଜନ୍ମଦିନ । ଅଧିକ ପଢ଼ନ୍ତୁ

ଚକ୍ଷୁ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ଆକାଶ
ଚକ୍ଷୁ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ଆକାଶ

By

Published : Sep 18, 2022, 10:13 AM IST

ଭୁବନେଶ୍ବର: ଜେରିଆଟ୍ରିକ୍ ସେଣ୍ଟରରେ ଚକ୍ଷୁ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ଓଲିଉଡ ଅଭିନେତା ଆକାଶ ଦାସ ନାୟକ । ଓଡିଆ ସିନେ ଜଗତର ଲୋକପ୍ରିୟ ଅଭିନେତା, ଓଡିଶା ସରକାରଙ୍କ “ମୋ କଲେଜ ଅଧ୍ୟକ୍ଷ”, ଉଡ୍ର ଚାରିଟେବୁଲ ଟ୍ରଷ୍ଟର ଉପଦେଷ୍ଟା ଆକାଶ ଦାସନାୟକଙ୍କ ଶନିବାର ଥିଲା ଜନ୍ମଦିନ ।

ପ୍ରତିବର୍ଷ ଏହି ଦିନ ଆକାଶ ତାଙ୍କ ଜନ୍ମଦିନ ନିଆରା ଢଙ୍ଗରେ ପାଳନ କରିଆସୁଛନ୍ତି । ତାଙ୍କ ଜନ୍ମଦିନ ଅନାଥ ଆଶ୍ରମର କୁନିକୁନି ପିଲା, ସେବାଶ୍ରମ, ବୃଦ୍ଧାଶ୍ରମର ଅନ୍ତେବାସୀଙ୍କ ସହିତ ପାଳନ କରିଆସୁଛନ୍ତି । ଚଳିତ ବର୍ଷ ବରମୁଣ୍ଡା ସୌଭାଗ୍ୟନଗର(୨) ସ୍ଥିତ ଜେରିଆଟ୍ରିକ୍ ସେଣ୍ଟରର ଅନ୍ତେବାସୀଙ୍କ ସହିତ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି ।

ଆକାଶଙ୍କ ଜନ୍ମଦିନ ଉପଲକ୍ଷେ “ଉଡ୍ର ଚାରିଟେବୁଲ ଟ୍ରଷ୍ଟ” ଏହି ସେଣ୍ଟରର ଅନ୍ତେବାସୀଙ୍କ ଚକ୍ଷୁ ଚିକିତ୍ସା ଶିବିର ଆୟୋଜନ କରିଥିଲା । “ଭୂମିକା ଚକ୍ଷୁ ଚିକିତ୍ସାଳୟ”ର ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା ଅନ୍ତେବାସୀଙ୍କର ଚକ୍ଷୁ ପରୀକ୍ଷା କରାଯାଇ ଆବଶ୍ୟକ ଉପକରଣ ଓ ଔଷଧ ଦିଆଯାଇଥିଲା । ଜନ୍ମଦିନରେ ଏହି ସେଣ୍ଟରର ଅନ୍ତେବାସୀଙ୍କ ମୁହଁରେ ଟିକେ ହସ ଫୁଟାଇବା ପାଇଁ ଆକାଶଙ୍କର ଏହା ଥିଲା ଏକ ନିଆରା ପ୍ରୟାସ । ଜେରିଆଟ୍ରିକ୍ ସେଣ୍ଟରର ଅନ୍ତେବାସୀମାନେ ତାଙ୍କ ଜନ୍ମଦିନ ଉପଲକ୍ଷେ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ତାଙ୍କ ଦୀର୍ଘ ଜୀବନ ପାଇଁ ଭଗବାନଙ୍କ ପାଖରେ ଶୁଭ ମନାସୀଥିଲେ ।

କେକ୍ କାଟି ଜନ୍ମଦିନ ପାଳନ କରିଥିଲେ । ଆକାଶ ଏହି ଅନ୍ତେବାସୀଙ୍କ ସହ ଖୁସି ବାଣ୍ଟିଥିଲେ । ସେ କହିଥିଲେ – “ଖୁସି ବାଣ୍ଟିଲେ ଖୁସି ବଢେ” । ଆକାଶଙ୍କର ସିନେ ପ୍ରଶଂସକ, ରାଜନୈତିକ ପ୍ରଶଂସକ, ବୁଦ୍ଧଜୀବୀ ମହଲରୁ ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନାର ସୁଅ ଛୁଟିବାରେ ଲାଗିଛି ।

ଅନେକ ବିଶିଷ୍ଟ ବ୍ୟକ୍ତି ଆକାଶଙ୍କୁ ତାଙ୍କର ଜନ୍ମଦିନ ଉପଲକ୍ଷେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଏହି ଜନ୍ମଦିନ ପାଳନ କାର୍ଯ୍ୟକ୍ରମରେ ଭୂମିକା ଚକ୍ଷୁ ଚିକିତ୍ସାଳୟର ଡାକ୍ତର ଓ ଉଡ୍ର ଚାରିଟେବୁଲ ଟ୍ରଷ୍ଟର ସମ୍ପାଦିକା ଶୁଭ୍ରାଜ୍ୟୋତି ଦାସନାୟକ, ଶୁଭଶ୍ରୀ ମଙ୍ଗରାଜ, ବୈଷ୍ଣବ ଚରଣ ଭୋଳ ପ୍ରମୁଖ ସାମିଲ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details