ଓଡିଶା

odisha

ETV Bharat / city

ଆସନ୍ତା 5 ଦିନ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ସତର୍କତା - ପାଣିପାଗ ବିଜ୍ଞାନ କେନ୍ଦ୍ର

ଆସନ୍ତା 8 ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ଆଶଙ୍କା । ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅଧିକ ପଢନ୍ତୁ...

ଆସନ୍ତା 5 ଦିନ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ସତର୍କତା
ଆସନ୍ତା 5 ଦିନ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ସତର୍କତା

By

Published : Jul 4, 2021, 6:19 AM IST

ଭୁବନେଶ୍ବର: ଆସନ୍ତା 8 ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ଆଶଙ୍କା । ଗତକାଲିର ସମୁଦ୍ର ପତ୍ତନରୁ ୦.୯ କିମି ମଧ୍ୟରେ ଥିବା ନିମ୍ନ ଚାପ ରେଖା ଆଜି ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଦକ୍ଷିଣ ହରିୟାଣା, କେନ୍ଦ୍ରୀୟ ଉତ୍ତର ପ୍ରଦେଶ, ବିହାର ଏବଂ ପଶ୍ଚିମବଙ୍ଗ ମଧ୍ୟ ଦେଇ ନାଗାଲାଣ୍ଡ ଯାଏଁ ଲମ୍ବିଛି । ତା ଛଡା ଅନ୍ୟ ଏକ ନିମ୍ନ ଚାପ ରେଖା ସମୁଦ୍ର ପତ୍ତନ ଠାରୁ ୧.୫ କିମି ରୁ ୩.୧ କିମି ମଧ୍ୟରେ ଉତ୍ତର-ପୂର୍ବ ବିହାରରୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଯାଏଁ ଲମ୍ବିଛି ।

ଆସନ୍ତା 5 ଦିନ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ସତର୍କତା

ଏହି ପାଣିପାଗର ନିୟାମକ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୭ ଜିଲ୍ଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର ଏବଂ କଟକ ଠାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ଭିତରେ ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ସର୍ବୋଚ୍ଚ ତାପମାତ୍ରା ୩୬.୨ ଡିଗ୍ରୀ ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଂଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details