ଓଡିଶା

odisha

ETV Bharat / city

ସତର୍କ ଘଣ୍ଟି! ପୁଣି ଆସୁଛି ବର୍ଷା - ବିଜୁଳି ଘଡଘଡି ସହ ବର୍ଷା

ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଘନ କୁହୁଡି ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ । ଅଧିକ ଖବର ପଢନ୍ତୁ...

ସତର୍କ ଘଣ୍ଟି! ପୁଣି ଆସୁଛି ବର୍ଷା
ସତର୍କ ଘଣ୍ଟି! ପୁଣି ଆସୁଛି ବର୍ଷା

By

Published : Feb 5, 2020, 2:18 AM IST

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବଲାଙ୍ଗୀର,ଗଜପତି,ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ,କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନବରଙ୍ଗପୁର ଏବଂ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ଅନ୍ୟାନ୍ୟ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି।

ସତର୍କ ଘଣ୍ଟି! ପୁଣି ଆସୁଛି ବର୍ଷା

ଆସନ୍ତା ୨୪ ଘଣ୍ଟାରେ ଘନ କୁହୁଡି ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ । ୫ ତାରିଖ ସକାଳ ସୁଦ୍ଧା ରାୟଗଡା, କଳାହାଣ୍ଡି, କନ୍ଧମାଳରେ ଘନ କୁହୁଡି ହେବା ନେଇ ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୪ ଘଣ୍ଟାରେ ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୋନପୁର, ଅନୁଗୋଳ, ନୟାଗଡ଼, କଟକ, ସୁନ୍ଦରଗଡ, ଦେଓଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରି ରେ ୩୨ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ରହିଛି । ସେହିପରି ଭବାନୀପାଟଣାରେ, ଦାରିଙ୍ଗିବାଡିରେ ଘନ କୁହୁଡି ହୋଇଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମା ଶଙ୍କର ଦାଶ କହିଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details