ଭୁବନେଶ୍ବର: ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶା-ଛତିଶଗଡ଼ ମଧ୍ୟରେ ସମସ୍ତ ପ୍ରକାର ପରିବହନ ସେବା ଏପ୍ରିଲ 30 ଯାଏଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ସେହିପରି ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ଉପରେ କଟକଣା ଲାଗାଇଛିନ୍ତ ସରକାର । ଏନେଇ ଆଜି(ଗୁରୁବାର) ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଗାଇଡ଼ଲାଇନ ଜାରି କରାଯାଇଛି ।
ଅନ୍ୟପଟେ ଛତିଶଗଡରେ କୋରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏପ୍ରିଲ 10 ରୁ 30 ପର୍ଯ୍ୟନ୍ତ ଛତିଶଗଡ-ଓଡିଶା ମଧ୍ୟରେ ସମସ୍ତ ଗାଡି ଚଳାଚଳ ବନ୍ଦ କରିଛନ୍ତି ରାଜ୍ୟ ସରକାର । ସେହିପରି ଛତିଶଗଡ଼ ସୀମାବର୍ତ୍ତି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ଵର ଜିଲ୍ଲାରେ ଟିଏମସି ପୁନଃ ଖୋଲିବା ଲାଗି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।