ଭୁବନେଶ୍ବର: ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସାଂସ୍କୃତିକ ଓ କ୍ରୀଡ଼ା ସଂସଦର ବାର୍ଷିକ ଉତ୍ସବ ଉଦଘାଟିତ ହୋଇଯାଇଛି । ଭୁବନେଶ୍ବର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉଦଘାଟନ କରିଛନ୍ତି । ଏହି ଅବସରରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ସଞ୍ଜୀବ ଚୋପ୍ରା, ଅତିରିକ୍ତ ଶାସନ ସଚିବ ଗଣେଶ ପାତ୍ର, ମାହାଲ ନିର୍ଦ୍ଦେଶକ ସୁଶାନ୍ତ କୁମାର ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
ସାଂସ୍କୃତିକ ପରିଷଦର ମୁଖପତ୍ର ସତୀର୍ଥର ବାର୍ଷିକ ସଂଖ୍ୟାକୁ ମୁଖ୍ୟ ଶାସନ ସଚିବ ଏବଂ ସମ୍ମାନିତ ଅତିଥିମାନେ ଉନ୍ମୋଚିତ କରିଛନ୍ତି । ସାଂସ୍କୃତିକ ଓ କ୍ରୀଡ଼ା ପରିଷଦ ଦ୍ଵାରା ଆୟୋଜିତ ସୃଜନାତ୍ମକ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଶାସନ ସଚିବ ପୁରସ୍କାର ଓ ପ୍ରମାଣ ପତ୍ର ଦେଇ ଉତ୍ସାହିତ କରିଛନ୍ତି । ସଂସଦର କାର୍ଯ୍ୟକାରି ସଭାପତି ଶ୍ରୀକାନ୍ତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ସମ୍ପାଦକ ଅମିୟ କୁମାର ଦାସ ବାର୍ଷିକ ବିବରଣୀ ପାଠ କରିଛନ୍ତି ।